Posted inଜାତୀୟ

ଭାରତରେ ୧୦୮ କରୋନା ରୋଗୀ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାରାଷ୍ଟ୍ରରେ ୧୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚତ୍ଛି। ମହାରାଷ୍ଟ୍ରରେ ସର୍ବାଧିକ ୩୨ କରୋନା ରୋଗୀ ଥିବା ଜଣାପଡିଛି। ଦିଲ୍ଲୀ ଓ କର୍ନାଟକରେ ଦୁଇଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୭ ହୋଇଥିବାବେଳେ ଉତ୍ତରପ୍ରଦେଶରେ ୧୧, କର୍ନାଟକରେ ୬, ଲଦାଖରେ ୩, ଜମ୍ମୁ-କଶ୍ମୀରରେ ୨ ଏବଂ ତେଲଙ୍ଗାନାରେ ୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ରାଜସ୍ଥାନରେ ୨ ଜଣ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ପଞ୍ଜାବରେ ଜଣେ ଲେଖାଏ ସଂକ୍ରମିତ ଥିବା ଜଣାପଡିଛି। କେରଳରେ ଚିହ୍ନଟ ହୋଇଥିବା ୨୨ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୬ ଇଟାଲୀୟ ଓ ଜଣେ କାନାଡା ପର୍ଯ୍ୟଟକ ଅଛନ୍ତି। କରୋନାକୁ ନେଇ ଭୟ ନ କରିବାକୁ ସରକାର ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି।
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କୋଭିଡ-୧୯କୁ ମହାମାରୀ ଘୋଷଣା କରିଥିବାରୁ ପ୍ରତିଷେଧକ ବ୍ୟବସ୍ଥାକୁ ବଢ଼ାଇଦିଆଯାଇଛି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୪୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖାଯାଇ ଚିକିତ୍ସା କରାଯାଉଛି। ସମସ୍ତ ଅନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ସର୍ବାଧିକ ସଂକ୍ରମିତ ଦେଶ ଇଟାଲୀ ଓ ଇରାନରୁ ୪୫୦ରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ ରବିବାର ଫେରାଇ ଅଣାଯାଇଛି। ଇଟାଲୀର ମିଲାନରୁ ଫେରିଥିବା ୨୧୮ ଜଣଙ୍କୁ ଆଇଟିବିପି କ୍ୱାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ସେମାନଙ୍କ ମଧ୍ୟରେ ଅଧିକାଂଶ ଛାତ୍ରୀଛାତ୍ର। ସେହିପରି ଇରାନରୁ ଫେରିଥିବା ୨୩୦ ଜଣଙ୍କୁ ଜୟସାଲମେରସ୍ଥିତ ସେନା ଚିକିତ୍ସା କେନ୍ଦ୍ରରେ କ୍ୱାରାଣ୍ଟାଇନରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?