ଭାରତରେ ୫୬୮ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧୧; ଲକ୍‌ ଡାଉନ୍‌ର ଉଲ୍ଲଂଘନ କଲେ ଗୁଳି କରିବାକୁ ଦିଆଯିବ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୮ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୧ ଛୁଇଁଛି। ବୁଧବାର ତାମିଲନାଡୁର ମଦୁରାଇରେ ଜଣେ କରୋନା ସଂକ୍ରମିତଙ୍କର ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ ଜାରି ହୋଇଛି। ଏହାର ଉଲ୍ଲଂଘନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ଆଗାମୀ ଦିନରେ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯିବ ବୋଲି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ କହିଛନ୍ତି। ଏହା ସହିତ ସରକାରଙ୍କ ପକ୍ଷରୁ ଲୋକଙ୍କ ମଧ୍ୟରେ ହାତ ଧୋଇବା, ମାସ୍କ୍‌ ବ୍ୟବହାର କରିବା, ସାମାଜିକ ଦୂରତା ଅବଲମ୍ବନ କରିବା ଆଦି ସଚେତନତା ବାର୍ତ୍ତା ପ୍ରସାରଣ କରାଯାଉଛି।

Share