Posted inଜାତୀୟ

ଭାରତର ଗ୍ୟାସ ଆଧାରିତ ଅର୍ଥନୀତି, ଅଷ୍ଟ୍ରେଲିଆ ନେବ ଗୁରୁତ୍ୱପୂର୍ଣ୍ଣ ଭୂମିକା: ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୨୯।୮: ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ରୂପାନ୍ତରିତ କରିବା ଲାଗି ଅଷ୍ଟ୍ରେଲିଆ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ। ଅଷ୍ଟ୍ରେଲିଆରୁ ଭାରତକୁ ଏଲ୍‌ଏନ୍‌ଜି ଆମଦାନୀ ବଢିବାର ସମ୍ଭାବନା ସମ୍ପର୍କରେ ଆଲୋଚନା କରି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଅବସରରେ ସେଠାକାର ସମ୍ବଳ ମନ୍ତ୍ରୀ ମାଥ୍ୟୁ କାନାଭାନଙ୍କ ସହ ଧର୍ମେନ୍ଦ୍ର ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ଭାରତ ସହ ସମ୍ପର୍କ ମଜବୁତ କରିବା ଲାଗି ମାଥ୍ୟୁ କାନାଭାନ ସହମତି ପ୍ରକାଶ କରିଛନ୍ତି। ଭାରତରେ ଅଧିକରୁ ଅଧିକ ନିବେଶ କରିବା ଲାଗି ପ୍ରଧାନ ଏହି ଅବସରରେ ସେଠାକାର ଉଦ୍ୟୋଗୀଙ୍କୁ ଆହ୍ବାନ ଜଣାଇଛନ୍ତି।
ଏହି ଅବସରରେ ପ୍ରଧାନ କହିଛନ୍ତି, ଭାରତୀୟ ଉପଭୋକ୍ତା ମୂଲ୍ୟ ସମ୍ବେଦନଶୀଳ। ଅଷ୍ଟ୍ରେଲିଆରୁ ଏଲଏନ୍‌ଜି ଆମଦାନୀ ଏ ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। କୋଇଲା ଇନ୍ଧନ ଉପରେ ଗୁରୁତ୍ୱାରୋପ କରିବା ସହ ଏ କ୍ଷେତ୍ରରେ ଅଷ୍ଟ୍ରେଲିଆ ଅଧିକ ସହଯୋଗ କରୁ ବୋଲି ଧର୍ମେନ୍ଦ୍ର ମତ ରଖିଛନ୍ତି। ଏହାବାଦ କୋଇଲା, ଖଣିଜ, ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ କ୍ଷେତ୍ରରେ ଉଭୟ ଦେଶର ସମନ୍ବୟ ଆବଶ୍ୟକତା ରହିଛି। ଏହିପରି ଅଷ୍ଟ୍ରେଲିଆର ମେଟାଲର୍ଜି କୋଇଲା ଆମଦାନୀ କ୍ଷେତ୍ରରେ ଭାରତ ସର୍ବବୃହତ ଦେଶ। ଏ କ୍ଷେତ୍ରରେ ଭିନ୍ନ ମୂଲ୍ୟ ନିର୍ଦ୍ଧାରଣ ପଦ୍ଧତି, ଭାରତରେ ଶକ୍ତି ମିଶ୍ରଣ ବିକାଶ ଦ୍ୱାରା ଉଭୟ ଦେଶର ଅର୍ଥବ୍ୟବସ୍ଥା ଉପରେ ଭଲ ପ୍ରଭାବ ପକାଇବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri