ଭାରତର ଚାପ ଆଗରେ ମୁଣ୍ଡ ନୁଆଇଲା ଆଣ୍ଟିଗୁଆ;ପ୍ରତ୍ୟର୍ପିତ ହେବେ ମେହୁଲ ଚୋକ୍‌ସି

ନୂଆଦିଲ୍ଲୀ,୨୬-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତିର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଆଣ୍ଟିଗୁଆରୁ ପ୍ରତ୍ୟର୍ପିତ ହେବେ। ଆଣ୍ଟିଗୁଆ-ବାରବୁଡା ପ୍ରଧାନମନ୍ତ୍ରୀ ଗେଷ୍ଟନ ବ୍ରାଉନ କହିଛନ୍ତି ଯେ, ଚୋକ୍‌ସିଙ୍କ ନାଗରିକତାକୁ ରଦ୍ଦ କରାଯିବ ଓ ତାଙ୍କୁ ଭାରତ ପଠାଯିବ। ତାଙ୍କ ଭଳି ଜଣେ ଆର୍ଥିକ ଅପରାଧିଙ୍କୁ ଆଣ୍ଟିଗୁଆ ସୁରକ୍ଷା ଦେବ ନାହିଁ। ତେବେ ସରକାର ସମ୍ପୂର୍ଣ୍ଣ ଆଇନଗତ ପ୍ରକ୍ରିୟା ପାଳନ କରୁଛନ୍ତି। ଅପରାଧିଙ୍କର ମଧ୍ୟ ମୌଳିକ ଅଧିକାର ରହିଛି। ଚୋକ୍‌ସିଙ୍କ ମାମଲା ଏବେ ଅଦାଲତରେ ରହିଛି। ତାଙ୍କୁ ମିଳିଥିବା ସମସ୍ତ ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆଣ୍ଟିଗୁଆ ପକ୍ଷରୁ ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରାଯିବ। ଭାରତକୁ ଏ ସମ୍ପର୍କରେ ଜଣାଇଦିଆଯାଇଛି। ଭାରତ ପକ୍ଷରୁ ଚୋକ୍‌ସିଙ୍କ ପ୍ରତ୍ୟର୍ପଣକୁ ନେଇ ଆଣ୍ଟିଗୁଆ ଉପରେ କ୍ରମାଗତ ଚାପ ସୃଷ୍ଟି କରାଯାଇଛି ବୋଲି ବ୍ରାଉନ ସ୍ବୀକାର କରିଛନ୍ତି। କ୍ୟାରିବିୟାନ ଦେଶର ଏହି ନିଷ୍ପତ୍ତି ଯୋଗୁ ଚୋକ୍‌ସିଙ୍କ ବଞ୍ଚତ୍ବାର ସବୁ ରାସ୍ତା ବନ୍ଦ ହୋଇଯାଇଛି।
ସ୍ଥାନୀୟ ଖବର କାଗଜ ଆଣ୍ଟିଗୁଆ ଅବ୍‌ଜରଭରରେ ବ୍ରାଉନଙ୍କ ମନ୍ତବ୍ୟ ପ୍ରକାଶ ପାଇବା ସତ୍ତ୍ୱେ ଭାରତ ପକ୍ଷରୁ ଏ ସମ୍ପର୍କରେ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇ ନାହିଁ। ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର କହିଛନ୍ତି ଯେ, ଚୋକ୍‌ସିଙ୍କ ସମ୍ପର୍କରେ ତାଙ୍କ ନିକଟରେ କୌଣସି ଖବର ନାହିଁ। ଏଣୁ ସେ ଏ ସଂକ୍ରାନ୍ତରେ ମନ୍ତବ୍ୟ ଦେଇପାରିବେ ନାହିଁ। ସୂଚନାଯୋଗ୍ୟ ଯେ, ଚୋକ୍‌ସିଙ୍କ ପ୍ରତ୍ୟର୍ପଣ ଲାଗି ଭାରତ କ୍ରମାଗତ ପ୍ରୟାସ ଜାରି ରଖିଛି। ସେ ଅସୁସ୍ଥ ଥିବା ନେଇ ବମ୍ବେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ସ୍ବାସ୍ଥ୍ୟଗତ କାରଣରୁ ସେ ଭାରତ ଆସିପାରିବେ ନାହିଁ ବୋଲି ଚୋକ୍‌ସି ତାଙ୍କ ସତ୍ୟପାଠରେ ଦର୍ଶାଇଥିଲେ। ତେବେ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଭାରତକୁ ଆଣିବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଆଣ୍ଟିଗୁଆ ସରକାରଙ୍କ ଦ୍ୱାରା ପଳାତକ ଭାରତୀୟ ହୀରା ବ୍ୟବସାୟୀଙ୍କ ନାଗରିକତ୍ୱ ରଦ୍ଦ କରିବା ପ୍ରକ୍ରିୟାକୁ ଭାରତ ଅପେକ୍ଷା କରିଛି। ଏହାପରେ ହିଁ ଭାରତ ପକ୍ଷରୁ ଔପଚାରିକ ଭାବେ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ କରାଯିବ। ଆସନ୍ତା ମାସରେ ଆଣ୍ଟିଗୁଆର ଏକ କୋର୍ଟରେ ଚୋକ୍‌ସିଙ୍କ ମାମଲାର ଶୁଣାଣି ହେବ। ସେ ସମୟ ପର୍ଯ୍ୟନ୍ତ ତାଙ୍କୁ ନେଇ ସ୍ଥିତି ସ୍ପଷ୍ଟ ହୋଇଯିବ। ସିଟିଜେନସିପ୍‌ ବାଏ ଇନ୍‌ଭେଷ୍ଟମେଣ୍ଟ ପ୍ରୋଗ୍ରାମ(ସିଆଇପି) ଅଧୀନରେ ଚୋକ୍‌ସି ୨୦୧୮ ଜାନୁୟାରୀରୁ ନାଗରିକତ୍ୱ ନେଇ ଆଣ୍ଟିଗୁଆ-ବାରବୁଡାରେ ବସବାସ କରୁଛନ୍ତି। ଉଲ୍ଲେଖ କରାଯାଇପାରେ ଯେ, ଭଣଜା ତଥା ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ସହ ମିଶି ଚୋକ୍‌ସି ପିଏନ୍‌ବିରୁ ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ମହାଦୁର୍ନୀତି କରି ବିଦେଶ ଫେରାର ହୋଇଯାଇଥିଲେ। ବିଭିନ୍ନ ଦେଶରେ ଲୁଚି ବୁଲିବା ପରେ ଶେଷରେ ସେ ଆଣ୍ଟିଗୁଆରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri