Posted inଖେଳ

ଭାରତର ଜିମ୍ବାଓ୍ବେ ଟୁର୍‌ ମଧ୍ୟ ସ୍ଥଗିତ

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-କୋଭିଡ୍‌-୧୯ ଯୋଗୁ ଅଗଷ୍ଟରେ ହେବାକୁଥିବା ଭାରତୀୟ କ୍ରିକେଟ ଦଳର ଜିମ୍ବାଓ୍ବେ ଟୁର୍‌କୁ ଶୁକ୍ରବାର ସ୍ଥଗିତ ରଖିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। କରୋନା ଭାଇରସ୍‌ ଯୋଗୁ ଜାତୀୟ କ୍ରିକେଟରମାନଙ୍କୁ ଏପର୍ଯ୍ୟନ୍ତ ଟ୍ରେନିଂ ପାଇଁ ଅନୁମତି ଦିଆଯାଇ ନାହିଁ। ଜୁନ୍‌-ଜୁଲାଇରେ ଭାରତର ସୀମିତ ଓଭର ଟୁର୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ଶ୍ରୀଲଙ୍କା କ୍ରିକେଟ ଦିନକ ପୂର୍ବରୁ ଘୋଷଣା କରିଥିଲା। କୋଭିଡ୍‌-୧୯ ଯୋଗୁ ବର୍ତ୍ତମାନ ପରିପ୍ରେକ୍ଷୀରେ ଭାରତୀୟ କ୍ରିକେଟ ଦଳ ଶ୍ରୀଲଙ୍କା ଓ ଜିମ୍ବାଓ୍ବେ ଗସ୍ତ କରିବା ବିପଜ୍ଜନକ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ପ୍ରକାଶ କରିଛନ୍ତି। ମୂଳ କାର୍ଯ୍ୟସୂଚୀ ଅନୁସାରେ ଭାରତ ୨୦୨୦ ଜୁନ୍‌ ୧୪ରେ ଶ୍ରୀଲଙ୍କା ଟୁର୍‌ରେ ଯାଇଥାନ୍ତା। ସେଠାରେ ଦଳ ୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ ଟି୨୦ ଖେଳିଥାନ୍ତା। ସେହିପରି ଅଗଷ୍ଟ ୨୨ରୁ ଭାରତୀୟ ଦଳ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଖେଳିଥାନ୍ତା ବୋଲି ଶାହା ପ୍ରକାଶ କରିଛନ୍ତି। ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ପାଖାପାଖି ପହଞ୍ଚତ୍ ସାରିଥିବାବେଳେ ୮୫୦୦ରୁ ଊର୍ଦ୍ଧ୍ୱଙ୍କର ମୃତ୍ୟୁ ଘଟିସାରିଲାଣି। କୌଣସି ସିରିଜ ଖେଳିବା ଲାଗି ପ୍ରସ୍ତୁତି ପାଇଁ ଖେଳାଳିମାନଙ୍କୁ ୬ ସପ୍ତାହ ସମୟ ଲାଗିବ ବୋଲି ଜଣେ ସପୋର୍ଟ ଷ୍ଟାଫ୍‌ କହିଛନ୍ତି। ଅନ୍ୟପକ୍ଷରେ ଶାହା ବୋର୍ଡର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଖେଳାଳିମାନଙ୍କ ଲାଗି ଆଉଟଡୋର୍‌ରେ ଟ୍ରେନିଂ ସୁରକ୍ଷିତ ବୋଲି ସରକାରଙ୍କ ହୃଦ୍‌ବୋଧ ହେବାପରେ ଟ୍ରେନିଂ କ୍ୟାମ୍ପ ହେବ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri