ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ

ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଛି ା ମିଶନ୍‌ ଗଗନୟାନର ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ ପ୍ରକ୍ରିୟାରେ ବଲାଙ୍ଗୀରର ୱିଙ୍ଗ୍‌ସ କମାଣ୍ଡର ଫାଇଟର ପାଇଲଟ୍‌ ନିଖିଲ ରଥ ମନୋନୀତ ହୋଇଛନ୍ତି। ବାୟୁସେନାରେ ୱିଙ୍ଗ୍‌ସ କମାଣ୍ଡର ଭାବେ କାର୍ଯ୍ୟରତ ନିଖିଲ ହେଉଛନ୍ତି ବଲାଙ୍ଗୀର ସହରର ଆଡଭୋକେଟ୍‌ ତଥା ରାଜନେତା ଅଶୋକ ରଥ ଏବଂ ମହିଳା କମିଶନ୍‌ ସଦସ୍ୟା କୁସୁମ ରଥଙ୍କ ସୁପୁତ୍ର। ମିଶନ୍‌ ଗଗନୟାନ ପାଇଁ ମନୋନୀତ ନିଖଲ ପ୍ରଥମ ଓଡ଼ିଆ ଭାବେ ଏଭଳି ଗୌରବର ଅଧିକାରୀ ହୋଇଛନ୍ତି ା

ବଲାଙ୍ଗୀର କେନ୍ଦ୍ରୀୟ ବିଦ୍ୟାଳୟରୁ ୧୯୯୮ରେ ସଫଳତାର ସହ ସ୍କୁଲ ଶିକ୍ଷା ଶେଷ ପରେ ନିଖିଲ ଦିଲ୍ଲୀସ୍ଥିତ ଦିଲ୍ଲୀ ପବ୍ଳିକ୍‌ ସ୍କୁଲରୁ ୨୦୦୦ରେ ଯୁକ୍ତ୨ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ ା ପରେ ହିନ୍ଦୁ କଲେଜରେ ଯୁକ୍ତ ୩ ପାଠ ପଢ଼ିବା ବେଳେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ) ପାଇଁ ମନୋନୀତ ହୋଇଥିଲେ। ୨୦୦୩ରେ ସଫଳତାର ସହ ଏନ୍‌ଡିଏରୁ ଉତ୍ତୀର୍ଣ୍ଣ ହେବା ପରେ ସେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ। ବର୍ତ୍ତମାନ ଫାଇଟର ପାଇଲଟ୍‌ ଭାବେ କାର୍ଯ୍ୟରତ ୱିଙ୍ଗ୍‌ସ କମାଣ୍ଡର ନିଖିଲଙ୍କୁ ମିଶନ୍‌ ଗଗନୟାନ ପାଇଁ ମନୋନୀତ କରାଯାଇଛି। ବାଙ୍ଗାଲୋରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏରୋସ୍ପେସ୍‌ ମେଡିସିନ୍‌ରେ ଏହି ପ୍ରଥମ ପର୍ଯ୍ୟାୟ ଚୟନ ପ୍ରକ୍ରିୟା ସରିଛି। ା ମିଶନ୍‌ ଗଗନୟାନରେ ୨୦୨୧ ସୁଦ୍ଧା ଇସ୍ରୋ ପକ୍ଷରୁ ମହାକାଶଚାରୀଙ୍କ ସହ ମହାକାଶ ଯାନ୍‌ ଉତ୍‌କ୍ଷେପଣର ଲକ୍ଷ୍ୟ ରହିଛି। ଏହି ମିଶନ୍‌ ପାଇଁ ନିଖିଲ ମନୋନୀତ ହେବାପରେ ଓଡିଶା ଓ ବଲାଙ୍ଗୀର ପାଇଁ ଏକ ବିରଳ ଗୌରବ ଆଣି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?