ଭାରତର ୭.୫%ବିକାଶ ହାରରେ ବିଶ୍ୱବ୍ୟାଙ୍କ କାଏମ

ନୂଆଦିଲ୍ଲୀ,୬-୬: ଭାରତର ଆର୍ଥିକ ଅଭିବୃଦ୍ଧି ହାର ଚଳିତ ଆର୍ଥିକ ବର୍ଷରେ ୭.୫% ରହିବ ବୋଲି ବିଶ୍ୱ ବ୍ୟାଙ୍କ ନିଜର ପୂର୍ବାନୁମାନରେ ଏବେ ସୁଦ୍ଧା କାଏମ ରହିଛି। ଆସନ୍ତା ୨ ବର୍ଷ ପର୍ଯ୍ୟନ୍ତ ଉକ୍ତ ଜିଡିପି ହାରରେ ଭାରତର ଅଭିବୃଦ୍ଧି ଘଟିବ ବୋଲି ବିଶ୍ୱ ବ୍ୟାଙ୍କ କହିଛି। ନିବେଶ ଏବଂ ବ୍ୟକ୍ତିଗତ ଉପଭୋଗ ବୃଦ୍ଧି ଯୋଗୁ ଏହି ହାର ବଜାୟ ରହିବ ବୋଲି ଏହା ଅନୁମାନ କରିଛି। ତେବେ ଆସନ୍ତା ୩ ବର୍ଷ ଭିତରେ ଚାଇନାର ଅଭିବୃଦ୍ଧି ହାର କ୍ରମାଗତ ହ୍ରାସ ପାଇବ ବୋଲି ବିଶ୍ୱ ବ୍ୟାଙ୍କ ଏହାର ଗ୍ଲୋବାଲ ଇକୋନୋମିକ ପ୍ରସ୍‌ପେକ୍ଟସ ରିପୋର୍ଟରେ ଦର୍ଶାଇଛି। ଏଥିରେ କୁହାଯାଇଛି ଯେ, ସ୍ଥିର ସରକାର କାରଣରୁ ଭାରତରେ ନିବେଶ ବୃଦ୍ଧି ପାଇବ। ଏହାବ୍ୟତୀତ ମୁଦ୍ରାସ୍ଫୀତି ରିଜର୍ଭ ବ୍ୟାଙ୍କର ଲକ୍ଷ୍ୟଠାରୁ କମ୍‌ ରହିଛି। ଫଳରେ ମୁଦ୍ରାନୀତି ସୁଗମ ହେବ। ଏଥିସହିତ ଅଧିକ ଋଣ ପ୍ରଦାନ ଯୋଗୁ ବ୍ୟୟ ବୃଦ୍ଧି ପାଇବ ଏବଂ ନିବେଶକୁ ଫାଇଦା ମିଳିବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ସୂଚନାଥାଉ କି, ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ଗତ ସପ୍ତାହରେ ଦେଶର ଜିଡିପି ହାର ଘୋଷଣା କରାଯାଇଥିଲା। ମାର୍ଚ୍ଚ ତ୍ରୈମାସରେ ବିକାଶ ହାର ୫.୮% ଏବଂ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷ(୨୦୧୮-୧୯) ପାଇଁ ଏହା ୬.୮% ରହିଛି ବୋଲି କୁହାଯାଇଛି। ଏହା ୫ ବର୍ଷର ବାର୍ଷିକ ଅଭିବୃଦ୍ଧିରେ ସର୍ବନିମ୍ନ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?