Posted inଖେଳ

ଭାରତୀୟ ଆଥଲେଟଙ୍କୁ ବାରଣ

ନୂଆଦିଲ୍ଲୀ, ୧୬ା୫ (ପି.ଟି.)-କୋଭିଡ୍‌-୧୯ ଯୋଗୁ କୌଣସି ଭାରତୀୟ ଆଥଲେଟଙ୍କୁ ସେମାନଙ୍କ ସୁରକ୍ଷା ଦୃଷ୍ଟିରୁ ବିଦେଶରେ କୌଣସି ପ୍ରତିଯୋଗିତାରେ ଭାଗ ନେବାଲାଗି ଅନୁମତି ମିଳିବ ନାହିଁ । ଶୁକ୍ରବାର ଏକଥା କହିଛନ୍ତି ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ସଭାପତି ଆଦିଲ ସାମାରିଓ୍ବାଲ। କଟକଣା ଜାରି ଯୋଗୁ ଭାରତୀୟ ଆଥଲେଟମାନେ ଅଗଷ୍ଟ ୧୪ରୁ ଆରମ୍ଭ ହେବାକୁଥିବା ମର୍ଯ୍ୟାଦାପୂର୍ଣ୍ଣ ଡାଇମଣ୍ଡ ଲିଗ୍‌ରେ ଭାଗ ନେଇପାରିବେ ନାହିଁ। ବିଶେଷ କରି ଟୋକିଓ ଅଲିମ୍ପିକ୍ସରେ ଭାଗନେବାକୁ ଥିବା ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଓ ଶିବପାଲ୍‌ ସିଂ ଏହାକୁ ମିସ୍‌ କରିବେ। ଓ୍ବାଲର୍‌ଡ ଆଥଲେଟିକ୍ସ ଚିଫ୍‌ ସେବାଷ୍ଟିଆନ୍‌ କୋ’ଙ୍କ ଉପସ୍ଥିତିରେ ଏକ ବାର୍ତ୍ତାଳାପ ବେଳେ ସୁମାରିଓ୍ବାଲା କହିଛନ୍ତି ଆକ ଆଥଲେଟମାନେ ବର୍ତ୍ତମାନ ଜାତୀୟ କ୍ୟାମ୍ପଗୁଡ଼ିକରେ ଅଛନ୍ତି। ଡାଇମଣ୍ଡ ଲିଗ୍‌ରେ ଆମର କେହି ଅଂଶଗ୍ରହଣ କରିବାକୁ ନ ଥିବାରୁ ସେମାନେ କ୍ୟାମ୍ପରେ ଆଉ ୩ ମାସ ରହିବେ। ଇଣ୍ଡିଆନ୍‌ ସର୍କିଟରେ ୫ଟି ଇଭେଣ୍ଟର ଆୟୋଜନର ଯୋଜନା ରହିଛି। ଏହା ସେପ୍ଟେମ୍ବର ୧୨ରୁ ଆରମ୍ଭ ହେବ। ଏଥିରେ ଆମ ଆଥଲେଟ୍‌ମାନେ ଭାଗ ନେବେ। ସ୍ଥିତିରେ ଯଦି ଉନ୍ନତି ଘଟେ ତେବେ ଆସନ୍ତା ବର୍ଷ ଆମ ଆଥଲେଟମାନଙ୍କ ଲାଗି ୟୁରୋପରେ ଟ୍ରେନିଂ ବ୍ୟବସ୍ଥା କରାଯିବ ବୋଲି ସୁମାରିଓ୍ବାଲା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri