Posted inଖେଳ

ଭାରତୀୟ କବାଡ଼ି ଦଳର ପାକିସ୍ତାନ ଗସ୍ତ ଉପରେ ତଦନ୍ତ ହେବ

ଅମ୍ରିତସର/ନୂଆଦିଲ୍ଲୀ,୧୮।୨- ପାକିସ୍ତାନରେ ଅନୁଷ୍ଠିତ ସର୍କଲ କବାଡ଼ି ବିଶ୍ୱକପ୍‌ରେ ସ୍ବୀକୃତି ପାଇ ନ ଥିବା ଭାରତୀୟ ଦଳ ଅଂଶଗ୍ରହଣ କରିଥିଲା। ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ କିରନ ରିଜିଜୁ। ଅନ୍ୟପକ୍ଷରେ ଅନ୍ତର୍ଜାତୀୟ କବାଡ଼ି ଫେଡେରେଶନ (ଆଇକେଏଫ୍‌) ଦ୍ୱାରା ଅନଅଫିସିଆଲ ଘୋଷିତ ଟୁର୍ନାମେଣ୍ଟ ହୋଇଥିବାରୁ କୌଣସି ଅନୁମତି ଆବଶ୍ୟକ ନ ଥିଲା ବୋଲି ଦଳର ପ୍ରମୋଟର ଦାବିନ୍ଦର ସିଂ ବାଜଓ୍ବା କହିଛନ୍ତି। ଇଭେଣ୍ଟରେ ଭାରତ ରନର୍ସଅପ୍‌ ହୋଇ ଦେଶକୁ ପ୍ରତ୍ୟାବର୍ତ୍ତନ କରିଛି। ଏକ ଟୁର୍ନାମେଣ୍ଟରେ ଭାଗ ନେବା ପାଇଁ ଆମକୁ କୌଣସି ଉଚ୍ଚାଧିକାରୀଙ୍କଠାରୁ ଅନୁମତି ଦରକାର ନାହିଁ। କାରଣ ଆମେ ସେଠାକୁ ବ୍ୟକ୍ତିଗତ ଖର୍ଚ୍ଚ ଓ ଭିଜା ନେଇ ଯାଇଥିଲୁ। ଏଣୁ ଏଥିରେ କିଛି ଭୁଲ୍‌ ନାହିଁ ବୋଲି ବାଜଓ୍ବା କହିଛନ୍ତି। ନୂଆଦିଲ୍ଲୀଠାରେ କ୍ରୀଡ଼ାମନ୍ତ୍ରୀ ଆମେଚର କବାଡି ଫେଡେରେଶନ ଅଫ୍‌ ଇଣ୍ଡିଆ (ଏକେଏଫ୍‌ଆଇ)କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆମେ ଅଫିସିଆଲ କବାଡି ଦଳ ପାକିସ୍ତାନ ପଠାଇ ନ ଥିଲୁ। ଅନ୍‌ଅଫିସିଆଲ ଦଳ ଅନ୍ୟ କୌଣସି ଦେଶରେ ଭାରତକୁ ପ୍ରତିନିଧିତ୍ୱ କରିବା ଉଚିତ ନୁହେଁ। କବାଡି ଫେଡେରେଶନ ତଦନ୍ତ କରି ପାକିସ୍ତାନରେ ବିନା ଅନୁମତିରେ ଭାରତର ନାମ ବ୍ୟବହାର କରିଥିବା ଖେଳାଳିଙ୍କୁ ଚିହ୍ନଟ କରିବ। ଯେ କୌଣସି କ୍ରୀଡ଼ାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ହେଲେ ଉକ୍ତ କ୍ରୀଡ଼ାର ଜାତୀୟ ଫେଡେରେଶନର ଅନୁମତି ନେବା ବାଧ୍ୟତାମୂଳକ। କିନ୍ତୁ କେହି ବ୍ୟକ୍ତିଗତ ଟୁର୍ନାମେଣ୍ଟରେ ଭାଗ ନେଲେ, ଆମେ କିଛି କରିପାରିବୁ ନାହିଁ ବୋଲି କ୍ରୀଡ଼ାମନ୍ତ୍ରୀ ରିଜିଜୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri