Posted inଖେଳ

ଭାରତୀୟ ଖେଳାଳିଙ୍କୁ ନେଇ ହେଉ ଆଇପିଏଲ୍‌

ନୂଆଦିଲ୍ଲୀ, ୨ା୪ (ପି.ଟି.) କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ଘୁଞ୍ଚାଇ ଦିଆଯାଇଛି। ତେବେ ଏହି ବ୍ୟୟବହୁଳ ଇଭେଣ୍ଟ କେବେ ହେବ ଅବା ସମ୍ପୂର୍ଣ୍ଣ ବାତିଲ କରିଦିଆଯିବ ତାହା ଏପ୍ରିଲ ୧୪ରେ ସ୍ପଷ୍ଟ ହେବ। ଆଗରୁ ଯଦି ଅବା ଏହି ଟି୨୦ ଟୁର୍ନାମେଣ୍ଟ ଆୟୋଜିତ ହୁଏ ମ୍ୟାଚ ସଂଖ୍ୟା ହ୍ରାସ କରାଯାଇ ଏହାର କଳେବରକୁ ସଂକ୍ଷିପ୍ତ କରାଯିବ। ଏହି ପରିସ୍ଥିତିରେ କେବଳ ଭାରତୀୟ ଖେଳାଳିଙ୍କୁ ନେଇ ଆଇପିଏଲ୍‌ କରିବା ବୁଦ୍ଧିମାନର କାର୍ଯ୍ୟହେବ ବୋଲି ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜ୍‌ର ସିଇଓ ରଣଜିତ୍‌ ବର୍‌ଠାକୁର ମତ ଦେଇଛନ୍ତି। କାରଣ କୋଭିଡ୍‌-୧୯ ପାଇଁ ବିଦେଶୀଙ୍କ ଆଗମନ ଉପରେ କଟକଣା ଜାରି କରାଯାଇଛି ବୋଲି ସେ କହିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଆଇପିଏଲ୍‌ର ୧୩ତମ ସଂସ୍କରଣ ମାର୍ଚ୍ଚ ୨୯ରୁ ଖେଳାଯାଇଥାନ୍ତା। ଦେଶରେ କରୋନା ମହାମାରୀ ବ୍ୟାପିବା ଆଶଙ୍କା ଦେଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯଦି ବିକଳ୍ପ ରାସ୍ତା ଖୋଜି ବାହାର ନ କରେ ତେବେ ଇଭେଣ୍ଟର ଆୟୋଜନ ଅସମ୍ଭବ ମନେହୁଏ ବୋଲି ବର୍‌ଠାକୁର କହିଛନ୍ତି। ଆଇପିଏଲ କେବଳ ଭାରତୀୟ ଖେଳାଳିଙ୍କୁ ନେଇ ହେଉ ଏକଥା ଆମେ ପୂର୍ବରୁ କେବେ ଚିନ୍ତା କରି ନ ଥିଲୁ। ବର୍ତ୍ତମାନର ପରିସ୍ଥିତି ଆମକୁ ବାଧ୍ୟ କରୁଛି। ଆଇପିଏଲକୁ ବାତିଲ କରା ନ ଯାଇ କେବଳ ଭାରତୀୟ ଖେଳାଳିଙ୍କ ମଧ୍ୟରେ ସୀମିତ ରଖିଲେ ଭଲ। ମାର୍ଚ୍ଚ ମାସରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ବିସିସିଆଇ ଆଇପିଏଲ୍‌କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri