ଭାରତୀୟ ଜଳବାୟୁ କଂଗ୍ରେସ ଉଦ୍‌ଘାଟିତ: ଜଳବାୟୁ ପରିବର୍ତ୍ତନରେ ସର୍ବାଧିକ ପ୍ରଭାବିତ ହେବ କୃଷି

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଦ୍ୱାରା କୃଷି ଉତ୍ପାଦନ ବହୁଳଭାବେ ପ୍ରଭାବିତ ହେବ। ଏହାଫଳରେ ଆଗାମୀ ଦିନରେ ବିଶ୍ୱରେ ଖାଦ୍ୟାଭାବ ସମସ୍ୟା ଗୁରୁତର ରୂପ ନେବ। ସେହିଭଳି ସମୁଦ୍ର ପତ୍ତନ ବୃଦ୍ଧି ଯୋଗୁ ଲକ୍ଷ ଲକ୍ଷ ଲୋକ ବାସହରା ହେବେ। ଏ ସବୁକୁ ରୋକିବା ସହ ଜଳବାୟୁକୁ ଧ୍ୱଂସମୁଖରୁ ଉଦ୍ଧାର କରିବା ଲାଗି ବୈଜ୍ଞାନିକ, ଛାତ୍ର ସମାଜ ଓ ସାମାଜିକ ସଂଗଠନ ମିଳିତ ଭାବେ ପ୍ରଚେଷ୍ଟା କରିବା ଆବଶ୍ୟକ ବୋଲି ଏଠାରେ ମତପ୍ରକାଶ ପାଇଛି। ଶୁକ୍ରବାର ଓୟୁଏଟି ପରିସରରେ ଭାରତୀୟ ଜଳବାୟୁ କଂଗ୍ରେସର ଏକାଦଶ ବାର୍ଷିକ ଅଧିବେଶନକୁ ଉଦ୍‌ଘାଟନ କରି ଭାରତୀୟ କୃଷି ଅନୁସନ୍ଧାନ ପରିଷଦର ସର୍ବଭାରତୀୟ ମହାନିର୍ଦ୍ଦେଶକ ତଥା କୃଷି ଗବେଷଣା ଓ ଶିକ୍ଷା ସଚିବ ଡ. ତ୍ରିଲୋଚନ ମହାପାତ୍ର ଏହା କହିଛନ୍ତି। ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ଓ ବିଶ୍ୱ ଶାନ୍ତି ଲାଗି ଭାରତୀୟ ଜଳବାୟୁ କଂଗ୍ରେସର ସଦସ୍ୟମାନେ ଉଦ୍ୟମ କରିବାକୁ ସେ କହିଛନ୍ତି।
ଅନୁଷ୍ଠାନର ପ୍ରତିଷ୍ଠାତା ସଭାପତି ତଥା ସତ୍ୟସାଇ ଚାରିଟେବୁଲ୍‌ ଟ୍ରଷ୍ଟର ସଭାପତି ପ୍ରଫେସର ସଞ୍ଜୟ କୁମାର ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ହିମାଂଶୁ ପାଠକ ମୁଖ୍ୟବକ୍ତା ଭାବେ ଯୋଗଦେଇ ଜଳବାୟୁ ପରିବର୍ତ୍ତନ ସତ୍ତ୍ୱେ ଧାନଚାଷୀମାନେ କିଭଳି ଲାଭବାନ୍‌ ଓ ଆତ୍ମନିର୍ଭରଶୀଳ ହେବେ ସେ ସମ୍ପର୍କରେ ସୂଚନା ଦେଇଥିଲେ। ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନର ପ୍ରାକ୍ତନ ମୁଖ୍ୟ ବୈଜ୍ଞାନିକ ଡ. ସଂଗ୍ରାମ କେଶରୀ ନାୟକ ୩ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ଜଳବାୟୁ କଂଗ୍ରେସର ଆଭିମୁଖ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଉଦ୍‌ଘାଟନୀ ଉତ୍ସବର ପ୍ରାରମ୍ଭରେ ଓଡ଼ିଶା ଜଳବିଭାଜିକା ମିଶନର ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ଆଇଚ୍‌ ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ। ଶେଷରେ ସେମିନାରର ସମ୍ପାଦକ ପ୍ରଫେସର ଡ. ବାସୁଦେବ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ମିଳନୀରେ ଓୟୁଏଟି କୃଷି ଗବେଷଣା ଡିନ୍‌ ତଥା ଭାରପ୍ରାପ୍ତ କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳଙ୍କ ସମେତ ଓୟୁଏଟି ଅଧୀନ ସମସ୍ତ କଲେଜ ଡିନ୍‌, ବିଭାଗୀୟ ମୁଖ୍ୟ ପ୍ରଫେସର ଓ ବୈଜ୍ଞାନିକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?