Posted inଖେଳ

ଭାରତୀୟ ଡବଲ୍ସ ଯୋଡ଼ିଙ୍କ ବିଜୟ

ଜାକର୍ତ୍ତା, ୧୭ା୭ (ପି.ଟି.)-ଭରତର ଦୁଇ ଡବଲ୍ସ ଯୋଡ଼ି ଏଠାରେ ଚାଲିଥିବା ୧,୨୫୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିିକ ସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ସେମାନଙ୍କ ଓପନିଂ ମ୍ୟାଚରେ ଗୋ ସେଜ୍‌ ଫି ଏବଂ ନୁର ଇଜୁଦ୍ଦିନଙ୍କୁ ୨୧-୧୯, ୧୮-୨୧, ୨୧-୧୯ରେ ପରାସ୍ତ କରିଛନ୍ତି। ଏହି ମ୍ୟାଚ ୧ ଘଣ୍ଟା ଧରି ଚାଲିଥିଲା। ମାଲେସୀୟ ଯୋଡ଼ିଙ୍କ ବିରୋଧରେ ଏହା ଥିଲା ଚତୁର୍ଥ ବିଜୟ। ଗତ ମେ’ରେ ବ୍ରାଜିଲ ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଜ ଜିତିଥିବା ବିଶ୍ୱର ୨୦ ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ଯୋଡ଼ି ଦ୍ୱିତୀୟ ରାଉଣ୍ଡରେ ଇଣ୍ଡୋନେସିଆର ଟପ୍‌ ସିଡ୍‌ ମାର୍କସ ଫର୍ନାଲ୍‌ଡି ଗିଡୋନ୍‌ ଓ କେଭିନ ସଞ୍ଜୟା ସୁକାମୁଲ୍‌ଜୋଙ୍କୁ ଭେଟିବେ। ମିକ୍ସଡ ଡବଲ୍ସ ଯୋଡ଼ି ପ୍ରଣବ ଜେରୀ ଚୋପ୍ରା ଏବଂ ଏନ୍‌ସିକ୍କି ରେଡ୍ଡୀ ମଧ୍ୟ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଏହି ଯୋଡ଼ି ନେଦରଲାଣ୍ଡ୍ସର ରବିନ୍‌ ଟାବେଲିଂ ଏବଂ ସେଲେନା ପିକ୍‌ଙ୍କୁ ୨୫-୨୩, ୧୬-୨୧, ୨୧-୧୯ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଣବ ଓ ସିକ୍କି ପରବର୍ତ୍ତୀ ରାଉଣ୍ଡରେ ଟପ୍‌ ସିଡ୍‌ ଚଇନାର ଝେଙ୍ଗ୍‌ ସି ଓ୍ବି ଓ ହୁଆଙ୍ଗ୍‌ ୟା କ୍ୱିୟଙ୍ଗଙ୍କୁ ଭେଟିବେ। ମହିଳା ଡବଲ୍ସରେ ରାଜ୍ୟଗୋଷ୍ଠୀ ବ୍ରୋଞ୍ଜ ବିଜେତା ଅଶ୍ୱିନୀ ପୋନାପ୍ପା ଏବଂ ଏନ. ସିକ୍କି ରେଡ୍ଡୀ ସେମାନଙ୍କ ମ୍ୟାଚ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri