ଭାରତୀୟ ବିଜ୍ଞାନ କଂଗ୍ରେସରେ ସୋରଡ଼ା ଅଧ୍ୟାପକ ଉପସ୍ଥାପନ କଲେ ବାଲିପଦର କୃଷ୍ଣସାର ମୃଗ ଉପରେ ସନ୍ଦର୍ଭ

ସୋରଡ଼ା,୬ା୧(ଡି.ଏନ.ଏ.)-ସ୍ଥାନୀୟ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ୧୦୭ତମ ଭାରତୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଚଳିତ ମାସ ୩ରୁ ୭ ପର୍ଯ୍ୟନ୍ତ ବାଙ୍ଗାଲୋର କୃଷି ବିଜ୍ଞାନ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ବିଜ୍ଞାନ କଂଗ୍ରେସରେ ଭାରତର ବିଭିନ୍ନ ପ୍ରାନ୍ତ ସମେତ ଚିନ୍‌, ଋଷିଆ, ଜାପାନ, ଆମେରିକା, ଚେକ୍‌ ରିପବ୍ଲିକ୍‌, ଜର୍ମାନ, ଅଷ୍ଟ୍ରେଲିଆ ସମେତ ବହୁ ଦେଶର ବୈଜ୍ଞାନିକ, ପଲିସିମେକର, ଆବିସ୍କାରକ, ଏକାଡ଼େମିଆନ, ରିସର୍ଚ୍ଚ ସ୍କଲାରମାନେ ଯୋଗଦେଇ ବିଭିନ୍ନ ବିଷୟର ସନ୍ଦର୍ଭ ଉପସ୍ଥାପନ କରିଛନ୍ତି। ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ତଥା ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ଜୀବ ବିଜ୍ଞାନ ବିଭାଗର ରିସର୍ଚ୍ଚ ସ୍କଲାର ହିସାବରେ ତାଙ୍କର ସନ୍ଦର୍ଭ ବାଲିପଦର ଅଞ୍ଚଳର କୃଷ୍ଣସାର ଉପରେ ଅଧ୍ୟୟନକୁ ଉପସ୍ଥିତ ବିଶ୍ୱସ୍ତରର ଅଂଶଗ୍ରହଣକାରୀମାନଙ୍କ ସମ୍ମୁଖରେ ଶନିବାର ଉପସ୍ଥାପନ କରିଥିଲେ। ତାଙ୍କ ସାଥିରେ ଗାଇଡ଼ ଭାବେ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ଼. ଦେବୀ ପ୍ରସାଦ ସାମନ୍ତ ଯୋଗ ଦେଇଛନ୍ତି। ବିଜ୍ଞାନ କାରିଗରି ଓ ଗ୍ରାମ୍ୟ ଉନ୍ନୟନ ଉପରେ ୧୦୭ ବିଜ୍ଞାନ କଂଗ୍ରେସ ଫୋକସ ରଖିଥିବାବେଳେ ଅଞ୍ଚଳର ପ୍ରଥମକରି ଜଣେ ଅଧ୍ୟାପକଙ୍କ ଏଥିରେ ଯୋଗଦାନ କରିବା ସମସ୍ତଙ୍କ ପାଇଁ ଖୁସି ଆଣିଦେଇଛି।
ସୂଚନାଯୋଗ୍ୟ ଯେ, ବିଷୋୟୀଙ୍କ ଅଧ୍ୟୟନ ସନ୍ଦର୍ଭ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରେ ଉପସ୍ଥାପନ ପରେ ତାହା ମେଘାଳୟ ଇମ୍‌ଫାଲସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଦ୍ୱାରା ଆଦୃତ ହୋଇଥିଲା ଏବଂ ଭାରତୀୟ ବିଜ୍ଞାନ କଂଗ୍ରେସ ତରଫରୁ ଡ଼ାକରାରେ ସେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri