Posted inଖେଳ

ଭାରତୀୟ ମହିଳା କ୍ରିକେଟ୍‌ ଦଳର ସିରିଜ୍‌ କ୍ଲିନସୁଇପ୍‌

ଗୁୟାନା,୨୨।୧୧(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଭାରତୀୟ ମହିଳା ଦଳ ତା’ର ଅପରାଜେୟ ଧାରା ବଜାୟ ରଖି ୫ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ପୋଛିନେଇଛି। ବେଦା କ୍ରିଷ୍ଣମୂର୍ତ୍ତି ଓ ଜେମିମା ରୋଡ୍ରିଗୁଏଜଙ୍କ ଅର୍ଦ୍ଧଶତକ ଓ ପରେ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଟିମ୍‌ ଇଣ୍ଡିଆ ଅନ୍ତିମ ଟି୨୦ ମ୍ୟାଚ୍‌ରେ ୬୧ ରନ୍‌ରେ ବିଜୟୀ ହୋଇଛି। ଏହା ସହିତ ୫ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ଭାରତ ୫-୦ରେ ଜିତି ନେଇଛି। ବିଜୟୀ ଦଳ ଲାଗି କ୍ରିଷ୍ଣମୂର୍ତ୍ତିଙ୍କୁ ମ୍ୟାର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।
ଜିତି ପ୍ରଥମେ ବ୍ୟାଟିଂ କରିଥିବା ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ୧୭ ରନ୍‌ ମଧ୍ୟରେ ଦୁଇ ଓପନର ଶେଫାଳି ବର୍ମା (୯) ଓ ସ୍ମୃତି ମନ୍ଧାନା (୭)ଙ୍କ ଉଇକେଟ ହରାଇଥିଲା। ଏହାପରେ କ୍ରିଷ୍ଣମୂର୍ତ୍ତି ଓ ରୋଡ୍ରିଗୁଏଜ ୩ୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ୧୧୭ ରନ୍‌ ଯୋଡ଼ିଥିଲେ। ଫଳରେ ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୩ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା। ରୋଡ୍ରିଗୁଏଜ ୫୦ ରନ୍‌ କରି ଆଉଟ୍‌ ହୋଇଥିବାବେଳେ କ୍ରିଷ୍ଣମୂର୍ତ୍ତି ୫୭ ରନ୍‌ କରି ଅପରାଜିତ ରହିଥିଲେ। ଘରୋଇ ଦଳ ପକ୍ଷରୁ ହେଲି ମାଥ୍ୟୁସ ଓ ଅନିସା ମହମ୍ମଦ ଗୋଟିଏ ଉଇକେଟ ନେଇଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇବାରୁ ବିଜୟ ଲକ୍ଷ୍ୟଠାରୁ ଦୂରେଇ ରହିଥିଲା। ଘରୋଇ ଦଳ ଶେଷପର୍ଯ୍ୟନ୍ତ ବ୍ୟାଟିଂ କରି ୭ ଉଇକେଟ ହରାଇ ମାତ୍ର ୭୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳର କେବଳ ଦୁଇଜଣ କିଶୋନା ନାଇଟ୍‌ ୨୨ ଓ ଶେମାଇନ କମ୍ପାବେଲେ (୧୯)ଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସଓମ୍ୟାନ ଦୁଇଅଙ୍କ ସ୍କୋର ଛୁଇଁପାରି ନ ଥିଲେ। ବିଜୟୀ ଦଳ ପାଇଁ ଅନୁଜା ପାଟିଲ ୨ ଉଇକେଟ ନେଇଥିବାବେଳେ ପୁନମ ଯାଦବ, ପୂଜା, ରାଧା ଯାଦବ ଓ ହର୍ଲିନ ଦେଓଲ ଗେ୍‌ାଟିଏ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri