Posted inଜାତୀୟ

ଭାରତୀୟ ଲିଚୁ ରପ୍ତାନୀ ବନ୍ଦ ପାଇଁ ହେଉଛି ଷଡ଼ଯନ୍ତ୍ର: ପ୍ରେମ କୁମାର

ପାଟନା,୨୨।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମିବାର ନାଁ ଧରୁନି। ଏତେ ସଂଖ୍ୟକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହେବାର ପ୍ରକୃତ କାରଣ ଖୋଜା ଚାଲିଛି। ତେବେ କାରଣ ଜଣା ପଡୁନି। ମାତ୍ର ଲିଚୁ ଖାଇବା ଦ୍ୱାରା ଏଭଳି ହେଉଥିବା ଦର୍ଶାଯାଉଛି। ପ୍ରକୃତରେ ଲିଚୁ ଏଥିପାଇଁ ଦାୟୀ କି ନାହିଁ ସେନେଇ କୌଣସି ଠୋସ୍‌ ରିପୋର୍ଟ ମଧ୍ୟ ଏପର୍ଯ୍ୟନ୍ତ ମିଳିନି। ଏହି ରୋଗ ପାଇଁ ଲିଚୁକୁ ଦାୟୀ କରିବା ଏକ ଷଡ଼ଯନ୍ତ୍ର ବୋଲି ବିହାର କୃଷିମନ୍ତ୍ରୀ ପ୍ରେମ କୁମାର ଅଭିଯୋଗ କରିଛନ୍ତି। ଲିଚୁ ଉତ୍ପାଦନରେ ଭାରତ ସାରା ପୃଥିବୀରେ ଏକ ନମ୍ବର ସ୍ଥାନରେ ରହିଛି। ଏହା ପଛକୁ ରହିଛି ଚାଇନା। ବିହାରରେ ୬୦ ପ୍ରତିଶତ ଲିଚୁ ଉତ୍ପାଦିତ ହୋଇଥାଏ। ଲିଚୁ ଯୋଗୁ ମସ୍ତିଷ୍କ ଜ୍ୱର ହେବା ଗୁଜବ ପ୍ରଚାର ଯୋଗୁ ଭାରତୀୟ ଲିଚୁ ରପ୍ତାନୀ ନ ହୋଇ ବିଭିନ୍ନ ବନ୍ଦରରେ ପଡ଼ି ରହିଛି। ଏହାଦ୍ୱାରା ଦେଶର ଲିଚୁ ଚାଷୀଙ୍କର କୋଟି କୋଟି ଟଙ୍କା କ୍ଷତି ହେବାରେ ଲାଗିଛି। ଭାରତୀୟ ଲିଚୁକୁ ଅନ୍ତର୍ଜାତୀୟସ୍ତରରେ ବଦନାମ୍‌ କରିବା ପାଇଁ ଏହା ଯୋଜନାବଦ୍ଧ ଭାବେ କରାଯାଉଥିବା ଅଭିଯୋଗ କରିଛନ୍ତି ଭାଜପା ନେତା ରାଜୀବ ପ୍ରତାପ ରୁଡ୍ଡୀ। ଏଥିରେ ହୁଏତ ଚାଇନାର ହାତ ଥାଇପାରେ ବୋଲି ଅନୁମାନ କରାଯାଉଛି। ଭାରତୀୟ ଲିଚୁର ଚାହିଦା ଅନ୍ତର୍ଜାତୀୟ ବଜାରରେ କମିଲେ ଚାଇନାକୁ ଏହାର ଫାଇଦା ହିଁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri