ଭାରତୀୟ ଶିଖ୍‌ଙ୍କ ପାଇଁ ଖୋଲିଲା ପାକିସ୍ତାନ ଗୁରୁଦ୍ୱାର

ଲାହୋର,୨ା୭(ପି.ଟି.): ପାକିସ୍ତାନର ପଞ୍ଜାବ ପ୍ରଦେଶ ଅନ୍ତର୍ଗତ ସିଆଲକୋଟରେ ୫୦୦ବର୍ଷର ଏକ ପୁରାତନ ବବେ-ଦେ-ବର ଗୁରୁଦ୍ୱାର ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀଙ୍କ ପାଇଁ ଉନ୍ମୁକ୍ତ ହୋଇଛି। ପୂର୍ବରୁ ଭାରତୀୟମାନଙ୍କୁ ଏହି ଗୁରୁଦ୍ୱାରକୁ ପ୍ରବେଶ ଲାଗି ଅନୁମତି ମିଳୁ ନ ଥିଲା। ଏଠାରୁ ପାଖାପାଖି ୧୪୦କିଲୋମିଟର ଦୂରସ୍ଥ ସିଆଲକୋଟ ସିଟିରେ ଗୁରୁଦ୍ୱାର ଅବସ୍ଥିତ। ପଞ୍ଜାବରେ ଥିବା ଧର୍ମପୀଠଗୁଡିକୁ ଅନେକ ଦେଶର ଶିଖ୍‌ମାନେ ପରିଦର୍ଶନରେ ଆସିଥାଆନ୍ତି। ପାକିସ୍ତାନ, ୟୁରୋପ, କାନାଡା ଏବଂ ଆମେରିକାର ତୀର୍ଥଯାତ୍ରୀଙ୍କୁ ଗୁରୁଦ୍ୱାର ପରିଦର୍ଶନ ପାଇଁ ଅନୁମତି ମିଳେ। ପଞ୍ଜାବ ରାଜ୍ୟପାଳ ମହମ୍ମଦ ସରଓ୍ବାର ଭାରତୀୟ ଶିଖଯାତ୍ରୀମାନଙ୍କୁ ବିଦେଶୀ ପର୍ଯ୍ୟଟକଙ୍କ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଔକଫ୍‌ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଭାରତୀୟମାନେ ସିଆଲକୋଟ ଗୁରୁଦ୍ୱାରକୁ ପରିଦର୍ଶନ କରିବାର ସୁଯୋଗ ପାଇବେ। ପ୍ରତିବର୍ଷ ହଜାର ହଜାର ଭାରତୀୟ ଶିଖ୍‌ ଭକ୍ତ ଗୁରୁ ନାନକଙ୍କ ଜନ୍ମ ଓ ଶ୍ରାଦ୍ଧ ବାର୍ଷିକୀରେ ପାକିସ୍ତାନ ଗସ୍ତ କରିଥାଆନ୍ତି। ଗୁରୁ ନାନକ ହେଉଛନ୍ତି ଶିଖ୍‌ ଧର୍ମର ପ୍ରତିଷ୍ଠାତା ତଥା ପ୍ରଥମ ଗୁରୁ। ଶିଖ୍‌ ପରମ୍ପରା ଅନୁଯାୟୀ, ଗୁରୁ ନାନକ ଷୋଡଶ ଶତାବ୍ଦୀରେ କଶ୍ମୀରରୁ ଆସି ସିଆଲକୋଟଠାରେ ପହଞ୍ଚତ୍ଥିଲେ। ସେ ଏକ ବେରି ବୃକ୍ଷମୂଳରେ ଆଶ୍ରୟ ନେଇଥିଲେ। ସର୍ଦ୍ଦାର ନାଥ ସିଂ ସେଠାରେ ନାନକଙ୍କ ସ୍ମୃତି ବହନ କରୁଥିବା ଏକ ଗୁରୁଦ୍ୱାର ନିର୍ମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri