Posted inଖେଳ

ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ

ନୂଆଦିଲ୍ଲୀ, ୨୧।୯- ବେଲଜିୟମ ଟୁର୍‌ ପାଇଁ ଶୁକ୍ରବାର ୨୦ ଜଣିଆ ଭାରତୀୟ ହକି ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାର ଦୁଇ ଅଭିଜ୍ଞ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି। ମନପ୍ରୀତ ସିଂ ଦଳର ନେତୃତ୍ୱ ନେଉଥିବାବେଳେ ହରମନପ୍ରୀତ ସିଂ ଉପ-ଅଧିନାୟକ ମନୋନୀତ ହୋଇଛନ୍ତି। ଚଳିତମାସ ୨୬ରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ଭାରତୀୟ ଦଳ ଆଣ୍ଟ୍ବେର୍ପଠାରେ ବେଲଜିୟମ ବିପକ୍ଷରେ ୩ଟି ଏବଂ ସ୍ପେନ ବିପକ୍ଷରେ ୨ଟି ମ୍ୟାଚ ଖେଳିବ।
ଭାରତୀୟ ଦଳକୁ ଲଳିତ କୁମାର ଉପାଧ୍ୟାୟ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଲଳିତ ଶେଷଥରପାଇଁ ଭାରତ ପକ୍ଷରୁ ଭୁବନେଶ୍ୱରରେ ହକି ବିଶ୍ୱକପ ଖେଳିଥିଲେ। ସେହିପରି ଅଲିମ୍ପିକ ଟେଷ୍ଟ ଇଭେଣ୍ଟ ମିସ୍‌ କରିଥିବା ରୂପିନ୍ଦର ପାଲ୍‌ ସିଂ ମଧ୍ୟ ଦଳକୁ ଫେରିଛନ୍ତି। ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ପାଇଁ ବିଶ୍ରାମ ଦିଆଯାଇଥିବା ଅଭିଜ୍ଞ ଗୋଲକିପର ପି.ଆର. ଶ୍ରୀଜେଶ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ଦଳର ଅନ୍ୟ ଗୋଲକିପର ହେଲେ କ୍ରିଷ୍ଣନ ବାହାଦୂର ପାଠକ। ” ଦଳରେ ସ୍ଥାନ ପାଇଥିବା ସମସ୍ତ ଖେଳାଳି ପରସ୍ପରକୁ ଭଲଭାବେ ବୁଝିଛନ୍ତି, ତେଣୁ ଦଳର ପ୍ରଦର୍ଶନ ଭଲ ହେବା ଆଶା ରହିଛି। ଲଳିତ ଉପାଧ୍ୟାୟ ଦଳକୁ ଫେରିଥିବାରୁ ମୁଁ ବହୁତ ଖୁସି। ଫରଓ୍ବାର୍ଡ ଲାଇନ୍‌ରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ରୂପିନ୍ଦର ଫେରିବା ମଧ୍ୟ ଖୁସିର କଥା। ୨୦୧୯ ଏପଆଇଏଚ ସିରିଜ ଫାଇନାଲ୍ସଠାରୁ ତାଙ୍କ ପ୍ରଦର୍ଶନରେ ଉନ୍ନତି ଆସିଛି। ଦଳରେ ଥିବା ଅଳ୍ପକିଛି ତ୍ରୁଟିକୁ ସୁଧାରି ଆମେ ବେଲଜିୟମ ଗସ୍ତ କରିବୁ“ ବୋଲି ମୁଖ୍ୟ କୋଚ୍‌ ଗ୍ରାହାମ ରିଡ୍‌ ପ୍ରକାଶ କରିଛନ୍ତି। ଓଡ଼ିଶାରେ ରୁଷିଆ ବିପକ୍ଷରେ ଏଫଆଇଏଚ୍‌ ହକି ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଖେଳିବାକୁ ଯାଉଥିବାରୁ ବେଲଜିୟମ ଗସ୍ତରେ ଆମକୁ ଉପଯୁକ୍ତ ଅଭ୍ୟାସ ମିଳିବ। ”ବେଲଜିୟମ ଏକ ଶକ୍ତିଶାଳୀ ଦଳ। ଆମେ ଯଦି ସେମାନଙ୍କ ଘରୋଇ ପରିବେଶରେ ଭଲ ପ୍ରଦର୍ଶନ କରିବୁ ତେବେ ଅଲିମ୍ପିକ କ୍ୱାଲିଫାୟର୍ସ ପୂର୍ବରୁ ଖେଳାଳିଙ୍କ ମନୋବଳ ଦୃଢ଼ ହେବ। ଆମେ ଉଭୟ ବେଲଜିୟମ ଓ ସ୍ପେନଠାରୁ କଡ଼ା ଚ୍ୟାଲେଞ୍ଜ ଆଶା କରୁଛୁ“ ବୋଲି ରିଡ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri