Posted inଖେଳ

ଭାରତୀୟ ହକି ଦଳର ଆଉଟଡୋର ଟ୍ରେନିଂ ଆରମ୍ଭ

ବେଙ୍ଗାଲୁରୁ, ୪।୬(ପି.ଟି.)-  କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିତି ଯୋଗୁ ୨ ମାସର ବିରାମ ପରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସୁସଙ୍ଗଠିତ ଏବଂ ପର୍ଯ୍ୟାୟକ୍ରମେ ବୁଧବାରଠାରୁ ଆଉଟଡୋର ଟ୍ରେନିଂ ଆରମ୍ଭ କରିଛି। ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସଓପି) ଅନୁସାରେ ଜାତୀୟ ଦଳର ଆଉଟଡୋର ଟ୍ରେନିଂ ଗତ ସୋମବାରଠାରୁ ଆରମ୍ଭ ହୋଇଛି ବୋଲି ବୁଧବାର ହକି ଇଣ୍ଡିଆ ପକ୍ଷରୁ ପ୍ରକାଶ କରାଯାଇଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ ପରିସରରେ ଭାରତୀୟ ସିନିୟର ମହିଳା ଓ ପୁରୁଷ ଦଳର କ୍ରୀଡ଼ା କାର୍ଯ୍ୟକଳାପ ଜୁନ୍‌ ୧ରୁ ଆରମ୍ଭ ହୋଇ ଯାଇଛି। ଏଥିରେ ଏସଓପିର ସମସ୍ତ ନିୟମ ଅନୁପାଳନ ହୋଇଛି ବୋଲି ହକି ଇଣ୍ଡିଆ ପକ୍ଷରୁ ଏକ ବିବୃତ୍ତିରେ ପ୍ରକାଶ କରାଯାଇଛି। ଦୀର୍ଘଦିନପରେ ଖେଳାଳିମାନେ ପଡ଼ିଆକୁ ଫେରିଥିବାରୁ ଖେଳାଳିମାନେ ପ୍ରାରମ୍ଭିକ ପର୍ଯ୍ୟାୟରେ ପଡ଼ିଆରେ ଅଳ୍ପ ସମୟ କଟାଇ ବେସିକ୍‌ ଟ୍ରେନିଂ କରୁଛନ୍ତି। ଏହାଦ୍ୱାରା ଆହତ ସମସ୍ୟାକୁ ଏଡ଼ାଇ ଦେଇହେବ। କୋଚିଂ ଷ୍ଟାଫ୍‌ ପିଲମାନଙ୍କ ପାଇଁ ନୂଆ ନିୟମ ଅନୁସାରେ କାର୍ଯ୍ୟସୂଚୀ ପ୍ରସ୍ତୁତ କରିଛନ୍ତି ବୋଲି ହକି ଇଣ୍ଡିଆ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri