ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ ଓ ଲୋକସମ୍ପର୍କ) ମାନସ ରଞ୍ଜନ ମଙ୍ଗରାଜ ଓ ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶା ସରକାରଙ୍କ ଆବାସିକ ଆୟୁକ୍ତ ସଞ୍ଜୀବ କୁମାର ମିଶ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ ଉନ୍ନୟନମୂଳକ ପ୍ରଚାର ପତ୍ରିକା ଉନ୍ମୋଚିତ ହୋଇଛି। ଓଡ଼ିଶା ମଣ୍ଡପରେ ଓଡ଼ିଶାର ଶିଳ୍ପାନୁକୂଳ ବାତାବରଣ ଏବଂ ପୁଞ୍ଜିନିବେଶ କ୍ଷେତ୍ରରେ ସହଜ ଓ ସରଳ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁକୂଳ ପରିବେଶ, ବ୍ୟବସାୟ ନିମନ୍ତେ ଓଡ଼ିଶା ସରକାରଙ୍କ ଆନ୍ତରିକ ସହଯୋଗ ସମ୍ପର୍କରେ ବିଭିନ୍ନ ତଥ୍ୟର ସୂଚନା ଦିଆଯାଇଛି। ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ନୋଡାଲ୍ ବିଭାଗ ଭାବେ ଅଂଶଗ୍ରହଣ କରିଥିବାବେଳେ ଇପିକଲ୍ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହଯୋଗୀ ବିଭାଗ ଭାବେ ଯୋଗ ଦେଇଛନ୍ତି। ଏତଦ୍ବ୍ୟତୀତ ଉତ୍କଳିକା ଓ ବୟନିକା ମାଧ୍ୟମରେ ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ପ୍ରସାରପ୍ରଚାର ପାଇଁ ୨ଟି ଷ୍ଟଲ୍ ଖୋଲାଯାଇଛି। ହାତରେ ବୁଣାଯାଉଥିବା ଏକ ନୂତନ ସୂତା ପୋଷାକର ଷ୍ଟଲ୍ ଖୋଲାଯାଇଥିବାବେଳେ, ଓଡ଼ିଶାର ସୂକ୍ଷ୍ମ କାରୁକାର୍ଯ୍ୟ ତାରକସୀ କାର୍ଯ୍ୟର ଅନ୍ୟ ଏକ ଷ୍ଟଲ୍ ଖୋଲାଯାଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଇଜ୍ ଅଫ୍ ଡୁଇଙ୍ଗ୍ ବିଜିନେସ୍’ ରଖାଯାଇଛି। ସେହି ଅନୁଯାୟୀ ମଣ୍ଡପକୁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଏଥିରେ ପିପିଲି ଚାନ୍ଦୁଆର ଝଲକ ସ୍ଥାନ ପାଇଥିବାବେଳେ ଓଡ଼ିଶାର ବିଭିନ୍ନ ସାମଗ୍ରୀର ବିକ୍ରିବଟା କରାଯାଉଛି। ଏହି ଅନ୍ତର୍ଜାତୀୟ ମେଳା ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଲ୍ଲେଖଯୋଗ୍ୟ, ନଭେମ୍ବର ୨୧ରେ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ‘ଓଡ଼ିଶା ଦିବସ’ ପାଳନ କରାଯିବ। ଏଥିରେ ଓଡ଼ିଶାର ସ୍ବନାମଧନ୍ୟ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉପନିର୍ଦ୍ଦେଶକ ରବୀନ୍ଦ୍ର କୁମାର ନାୟକ, ପ୍ରଦର୍ଶନୀ ସଙ୍ଗଠକ ରବିନାରାୟଣ ବେହେରା, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, ପୂର୍ବତନ ବିଧାୟକ ରବୀନ୍ଦ କୁମାର ଭୋଇ ପ୍ରମୁଖ ଯୋଗଦେଇଥିଲେ।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

