ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ ଓ ଲୋକସମ୍ପର୍କ) ମାନସ ରଞ୍ଜନ ମଙ୍ଗରାଜ ଓ ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶା ସରକାରଙ୍କ ଆବାସିକ ଆୟୁକ୍ତ ସଞ୍ଜୀବ କୁମାର ମିଶ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ ଉନ୍ନୟନମୂଳକ ପ୍ରଚାର ପତ୍ରିକା ଉନ୍ମୋଚିତ ହୋଇଛି। ଓଡ଼ିଶା ମଣ୍ଡପରେ ଓଡ଼ିଶାର ଶିଳ୍ପାନୁକୂଳ ବାତାବରଣ ଏବଂ ପୁଞ୍ଜିନିବେଶ କ୍ଷେତ୍ରରେ ସହଜ ଓ ସରଳ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁକୂଳ ପରିବେଶ, ବ୍ୟବସାୟ ନିମନ୍ତେ ଓଡ଼ିଶା ସରକାରଙ୍କ ଆନ୍ତରିକ ସହଯୋଗ ସମ୍ପର୍କରେ ବିଭିନ୍ନ ତଥ୍ୟର ସୂଚନା ଦିଆଯାଇଛି। ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ନୋଡାଲ୍ ବିଭାଗ ଭାବେ ଅଂଶଗ୍ରହଣ କରିଥିବାବେଳେ ଇପିକଲ୍ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହଯୋଗୀ ବିଭାଗ ଭାବେ ଯୋଗ ଦେଇଛନ୍ତି। ଏତଦ୍ବ୍ୟତୀତ ଉତ୍କଳିକା ଓ ବୟନିକା ମାଧ୍ୟମରେ ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ପ୍ରସାରପ୍ରଚାର ପାଇଁ ୨ଟି ଷ୍ଟଲ୍ ଖୋଲାଯାଇଛି। ହାତରେ ବୁଣାଯାଉଥିବା ଏକ ନୂତନ ସୂତା ପୋଷାକର ଷ୍ଟଲ୍ ଖୋଲାଯାଇଥିବାବେଳେ, ଓଡ଼ିଶାର ସୂକ୍ଷ୍ମ କାରୁକାର୍ଯ୍ୟ ତାରକସୀ କାର୍ଯ୍ୟର ଅନ୍ୟ ଏକ ଷ୍ଟଲ୍ ଖୋଲାଯାଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଇଜ୍ ଅଫ୍ ଡୁଇଙ୍ଗ୍ ବିଜିନେସ୍’ ରଖାଯାଇଛି। ସେହି ଅନୁଯାୟୀ ମଣ୍ଡପକୁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଏଥିରେ ପିପିଲି ଚାନ୍ଦୁଆର ଝଲକ ସ୍ଥାନ ପାଇଥିବାବେଳେ ଓଡ଼ିଶାର ବିଭିନ୍ନ ସାମଗ୍ରୀର ବିକ୍ରିବଟା କରାଯାଉଛି। ଏହି ଅନ୍ତର୍ଜାତୀୟ ମେଳା ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଲ୍ଲେଖଯୋଗ୍ୟ, ନଭେମ୍ବର ୨୧ରେ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ‘ଓଡ଼ିଶା ଦିବସ’ ପାଳନ କରାଯିବ। ଏଥିରେ ଓଡ଼ିଶାର ସ୍ବନାମଧନ୍ୟ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉପନିର୍ଦ୍ଦେଶକ ରବୀନ୍ଦ୍ର କୁମାର ନାୟକ, ପ୍ରଦର୍ଶନୀ ସଙ୍ଗଠକ ରବିନାରାୟଣ ବେହେରା, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, ପୂର୍ବତନ ବିଧାୟକ ରବୀନ୍ଦ କୁମାର ଭୋଇ ପ୍ରମୁଖ ଯୋଗଦେଇଥିଲେ।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
ACF ସୌମ୍ୟ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ସ୍ତ୍ରୀ ବିଦ୍ୟାଭାରତୀ
ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶେଷରେ ଆତ୍ମସମର୍ପଣ କରିଛନ୍ତି ସ୍ତ୍ରୀ ତଥା ମାମଲାର ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା। ପାରଳାଖେମୁଣ୍ଡି ଏସ୍ଡିଜେଏମ୍ କୋର୍ଟରେ ବିଦ୍ୟାଭାରତୀ…
କଳାହାଣ୍ଡି ଜିଲା ଗଠନ ସମାରୋହରେ ବିଡିଓଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନବାଚୀ
ଥୁଆମୂଳ ରାମପୁର,୨ା୧୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହ ପରିସରରେ ୭୭ତମ କଳାହାଣ୍ଡି ଜିଲା ଗଠନ ଦିବସ ସମାରୋହ-୨୦୨୬ ଆନୁଷ୍ଠାନିକ ଭାବେ…
ଲାଞ୍ଜିଗଡ଼ରେ ହାତୀ ଆତଙ୍କ: ଦଳିଚକଟି ନଷ୍ଟ କଲେ ଏକର ଏକର ଚାଷଜମି
ଲାଞ୍ଜିଗଡ଼,୨ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ଼ ବ୍ଲକ କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ଉପର କଲାସୁର ଗ୍ରାମରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ…
ଆମେ ଚାହିଁଲେ ଏକ ସୁନ୍ଦର ସବୁଜ ପରିବେଶ ଗଢ଼ିପାରିବା
ଭୁବନେଶ୍ୱର,୨।୧୧: ଆମେ ପରିବେଶ ପ୍ରଦୂଷଣ ବଢ଼ୁଛି ବୋଲି କହୁଛେ। ହେଲେ ପରିବେଶ ସୁରକ୍ଷା ପାଇଁ ଆମେ କେତେ ଉତ୍ତରଦାୟୀ ହେଉଛୁ? ସତରେ ଆମେ ପରିବେଶ ସୁରକ୍ଷା ଦିଗରେ…
୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୧: ସୋମବାରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆଜି ସନ୍ଧ୍ୟା ୬ଟାରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ…
୧୩୪ ବର୍ଷ ବିଦ୍ୟାଳୟର ନାହିଁ ନିଜସ୍ବ ଜମି: ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ନାହାନ୍ତି ବିଜ୍ଞାନ ଶିକ୍ଷକ
ବାଲିପାଟଣା,୨ା୧୧(ଅଭିମନ୍ୟୁ ନାୟକ): ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକର ବିଶ୍ୱନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୯୨ମସିହାରେ ପ୍ରତିଷ୍ଠା ହୋଇଥିବାବେଳେ ଚଳିତବର୍ଷ ୧୩୪ ବର୍ଷରେ ପଦାର୍ପଣ କରିଛି। ଏହି…
ଆଇପିଏସ୍ ଅଧିକାରୀସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨।୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପୋଲିସ ସେବା(ଆଇପିଏସ୍) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ଗୃହବିଭାଗ ପକ୍ଷରୁ ରବିବାର ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟ କାରାଗାର…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ: ଦୈନିକ ଏତିକି ଗାଡ଼ିକୁ ପ୍ରବେଶ ଅନୁମତି…
ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ଅପେକ୍ଷାର ଅନ୍ତ ଘଟିଛି। ରବିବାରଠାରୁ ୨୦୨୬-୨୭ ପର୍ଯ୍ୟଟନ ଋତୁ ପାଇଁ ଖୋଲିଛି ବିଶ୍ୱପ୍ରସିଦ୍ଧ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ।…

