ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା

ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍‌ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍‌ରୁ ୯ ହଜାର କୋଟି ଟଙ୍କା ନେଇ ଲଣ୍ଡନ ପଳାଇଥିବା ମାଲ୍ୟଙ୍କୁ ପ୍ରତ୍ୟର୍ପଣ ପାଇଁ ଚେଷ୍ଟା ଚାଲିଥିବାବେଳେ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଥିଲେ ମାଲ୍ୟା। ଷ୍ଟାଡିୟମ ବାହାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ତାଙ୍କୁ ଘେରିଯାଇ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ମୁଁ ମ୍ୟାଚ୍‌ ଦେଖିବାକୁ ଆସିଛି କହି ଷ୍ଟାଡିୟମ ଭିତରକୁ ପ୍ରବେଶ କରିଥିଲେ ମାଲ୍ୟା। ସୂଚନାଯୋଗ୍ୟ, ୬୨ ବର୍ଷୀୟ ମାଲ୍ୟାଙ୍କ ନାଁରେ ଠକେଇ, ମନି ଲଣ୍ଡରିଂ ଓ ଫରେନ ଏକ୍ସଚେଞ୍ଜ ମ୍ୟାନେଜମେଣ୍ଟ ଆକ୍ଟ(ଏଫଇଏମଏ)ର ଉଲ୍ଲଙ୍ଘନ କରିଥିବା ଅଭିଯୋଗ ହୋଇଛି।

Share