Posted inଖେଳ

ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮

ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦୁଇ ଓପନର ଜେସନ ରୟ ଓ ଜନ୍ନି ବେୟାରଷ୍ଟୋ ଦମଦାର ପାଳି ଖେଳି ଭାରତକୁ ଏକ ମଜବୁତ୍‌ ଟାର୍ଗେଟ ଦେଇଛନ୍ତି। ଦୁହେଁ ପ୍ରଥମ ୱିକେଟ ପାଇଁ ୧୬୦ ରନ ଯୋଡିଥିଲେ। ରୟ ୫୭ ବଲରେ ୭ ଚୌକା ଓ ୨ ଛକା ସହ ୬୬ ରନ କରି କୁଲଦୀପ ଯାଦବଙ୍କ ବଲରେ ଆଉଟ ହୋଇଥିଲେ। ତେବେ ଅନ୍ୟତମ ଓପନର ବେୟାରଷ୍ଟୋ ଦ୍ରୁତ ବ୍ୟାଟିଂ କରି ନିଜର ଅଷ୍ଟମ ଦିନିକିଆ ଶତକ ପୂରଣ କରିଛନ୍ତି। ବେୟାରଷ୍ଟୋ ୧୦୯ ବଲରେ ୧୦ ଚୌକା ଓ ୬ ଛକା ସହ ୧୧୧ ରନ କରି ମହମ୍ମଦ ସାମିଙ୍କ ଦ୍ୱାରା ଆଉଟ ହୋଇଥିଲେ। ଶେଷ ଆଡକୁ ବେନ୍‌ ଷ୍ଟୋକ୍ସ ୫୪ଟି ବଲ୍‌ରୁ ୭୯ରନ୍‌ର ବିସ୍ଫୋରକ ପାଳି ଖେଳିଥିଲେ। ଜୋ ରୁଟ୍‌ ୪୪, ଇୟନ୍‌ ମୋର୍ଗାନ୍‌ ୧, ଜୋସ ବଟଲର୍‌ ୨୦, କ୍ରିସ୍‌ ବୋକ୍ସ ୭ ରନ କରି ଆଉଟ୍‌ ହୋଇଥିଲେ। ଇଂଲଣ୍ଡ ୫୦ ଓଭରରେ ୭ ଓ୍ବିକେଟ ହରାଇ ୩୩୭ ରନ କରିଥିଲା। ଭାରତ ପକ୍ଷରୁ ମହମ୍ମଦ ସାମି ୧୦ ଓଭରରେ ୬୯ରନ ଦେଇ ୫ଟି ଓ୍ବକେଟ ହାସଲ କରିଥିଲେ। କୁଳଦୀପ ଯାଦବ ଏବଂ ଜଶପ୍ରିତ୍‌ ବୁମରାହ ଗୋଟିଏ ଲେଖାଏଁ ଓ୍ବିକେଟ ହାସଲ କରିଥିଲେ। ସୂଚନାଯୋଗ୍ୟ, ଏହି ମ୍ୟାଚ୍‌ରେ ଇଂଲଣ୍ଡ ପରାସ୍ତ ହେଲେ ସେମିଫାଇନାଲ ଖେଳିବା ଆଶା ମଉଳିଯିବ। ଭାରତ ଏହି ମ୍ୟାଚ୍‌ ଜିତି ସେମିଫାଇନାଲକୁ ଉନ୍ନୀତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri