Posted inଖେଳ

ଭାରତ ଏ’ ଦଳରେ ଋତୁରାଜ, ଅନମୋଲପ୍ରୀତ, ଇଶାନ

ନୂଆଦିଲ୍ଲୀ,୪।୭(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ଏ’ ଦଳ ଘୋଷଣା କରିଛି। ଏହି ଦଳରେ କେତୋଟି ପରିବର୍ତ୍ତନ କରାଯାଇଛି। ଆଗାମୀ ଓ୍ବେଷ୍ଟଇଣ୍ଡିଜ ଏ’ ଗସ୍ତ ପାଇଁ ବୁଧବାର ଏକ ୧୫ଜଣିଆ ଦଳ ଘୋଷଣା କରାଯାଇଛି। ମହାରାଷ୍ଟ୍ରର ୨୨ ବର୍ଷୀୟ ବ୍ୟାଟ୍ସମ୍ୟାନ ଋତୁରାଜ ଦଳରେ ସ୍ଥାନ ପାଇଛନ୍ତି। ପୃଥ୍ବୀ ଶ ଆହତ ହୋଇଥିବାରୁ ତାଙ୍କ ସ୍ଥାନରେ ଋତୁରାଜଙ୍କୁ ସୁଯୋଗ ମିଳିଛି। ସେହିପରି ମୟଙ୍କ ଅଗ୍ରଓ୍ବାଲ ଓ ରିଷଭ ପନ୍ତଙ୍କ ସ୍ଥାନରେ ଅନମୋଲପ୍ରୀତ ଓ ଇଶାନ କିଷନଙ୍କୁ ଦଳରେ ସାମିଲ କରାଯାଇଛି। ମୟଙ୍କ ଓ ରିଷଭ ଏବେ ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରେ ଭାରତୀୟ ଦଳରେ ସାମିଲ ହୋଇଛନ୍ତି। ମନୀଷ ପାଣ୍ଡେଙ୍କୁ ଭାରତ ଏ’ ଦଳରେ ନେତୃତ୍ୱ ପ୍ରଦାନ କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଯାଇ ଭାରତ ଏ’ ଦଳ ୫ଟି ଅନ୍‌ଅଫିସିଆଲ ଦିନିକିଆ ଓ ୩ଟି ଟେଷ୍ଟ ଖେଳିବ। ଜୁଲାଇ ୧୧ ତାରିଖରୁ ଭାରତ ଏ’ ଦଳ ଅଭିଯାନ ଆରମ୍ଭ କରିବ।
ପରିବର୍ତ୍ତିତ ଭାରତ ଏ ଦଳ: ମନୀଷ ପାଣ୍ଡେ (ଅଧିନାୟକ), ଋତୁରାଜ ଗାଏକ୍ୱାଡ, ଅନମୋଲପ୍ରୀତ ସିଂ, ଶୁବମନ ଗିଲ, ଶ୍ରେୟାସ ଆୟାର, ହନୁମା ବିହାରୀ, ଇଶାନ କିଷନ (ଉଇକେଟ କିପର), ରାହୁଲ ଚହର, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, କ୍ରୁନାଲ ପାଣ୍ଡ୍ୟା, ଦୀପକ ଚହର, ଖଲିଲ ଅହମଦ, ଆଭେସ ଖାଁ ଓ ନବଦୀପ ସଇନି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri