Posted inଖେଳ

ଭାରତ ଏ’ ଦଳରେ ରିଦ୍ଧିମାନ, ପନ୍ତ

ନୂଆଦିଲ୍ଲୀ,୧୫।୫(ପି.ଟି.)- ଉଇକେଟକିପର ରିଦ୍ଧିମାନ ଶାହା ଭାରତ ଏ’ରେ ସାମିଲ ହୋଇଛନ୍ତି। ଭାରତ ଏ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରି ୫ଟି ଦିନିକିଆ ଓ ୩ଟି ୪ ଦିନିଆ ମ୍ୟାଚ୍‌ ଖେଳିବ। ଜୁଲାଇ ୧୧ ତାରିଖରୁ ପ୍ରଥମ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବ। ସେହିପରି ୨୪ ତାରିଖରୁ ୪ ଦିନିଆ ମ୍ୟାଚ୍‌ ଆରମ୍ଭ ହେବ।  ରିଦ୍ଧିମାନ ୪ ଦିନିଆ ମ୍ୟାଚ୍‌ ପାଇଁ ଦଳରେ ସାମିଲ ହୋଇଥିବାବେଳେ ପନ୍ତ ଦିନିକିଆ ଦଳରେ ସାମିଲ ହୋଇଛନ୍ତି। କାନ୍ଧରେ ଆଘାତ ସମସ୍ୟା କାରଣରୁ ଦଳରୁ ବାଦ୍‌ ପଡିବା ବେଳକୁ ରିଦ୍ଧିମାନ ଭାରତ ୧ ନମ୍ବର ଉଇକେଟ କିପର ସାବ୍ୟସ୍ତ ହୋଇଥିଲେ। ଅସ୍ତ୍ରୋପଚାର ପରେ ସେ ବେଙ୍ଗଲ ଦଳକୁ ପ୍ରତ୍ୟାବର୍ତ୍ତନ କରି ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟ ଖେଳିଥିଲେ ଓ ସନରାଇଜର୍ସ ହାଇଦ୍ରାବାଦ ପାଇଁ ସଦ୍ୟସମାପ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ୫ଟି ମ୍ୟାଚ୍‌ ଖେଳିଥିଲେ। ଶାହାଙ୍କ ଅନୁପସ୍ଥିତିରେ ଯୁବ ଉଇକେଟକିପର ରିଷଭ ପନ୍ତ ଟେଷ୍ଟ ଦଳରେ ସ୍ଥାନ ପକ୍କା କରିଛନ୍ତି। ରିଦ୍ଧିମାନ ଏବେ ଚୟନକର୍ତ୍ତାକୁ ପ୍ରଭାବିତ କରିବାକୁ ଚେଷ୍ଟା କରିବେ। ଦିନିକିଆ ଓ ୪ ଦିନିଆ ଦଳରେ ପୃଥ୍ବୀ ଶ, ମୟଙ୍କ ଅଗ୍ରଓ୍ବାଲ ଓ ହନୁମା ବିହାରୀ ମଧ୍ୟ ସାମିଲ ହୋଇଛନ୍ତି। ୪ ଦିନିଆରେ ଶ୍ରେୟାସ ଆୟର ଓ ଦିନିକିଆରେ ମନୀଷ ପାଣ୍ଡେ ନେତୃତ୍ୱ ନେବେ। ତେବେ ରବିଚନ୍ଦ୍ରନ ଅଶ୍ୱିନ, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ ଓ ଉମେଶ ଯାଦବ କାଉଣ୍ଟି ଖେଳିବାର କାର୍ଯ୍ୟକ୍ରମ ଥିବାରୁ ଦଳରେ ସାମିଲ ହୋଇ ନାହାନ୍ତି।

ସେହିପରି ଚୟନକର୍ତ୍ତାମାନେ ମେ ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ଶ୍ରୀଲଙ୍କା ଏ ବିପକ୍ଷ ଘରୋଇ ସିରିଜ ପାଇଁ ଦଳ ଘୋଷଣା କରିଛନ୍ତି। ଝାଡଖଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଶନ ୨ଟି ୪ ଦିନିଆ ମ୍ୟାଚ୍‌ରେ ଭାରତ ଏ ଦଳର ନେତୃତ୍ୱ ନେବେ। ସେହିପରି ପ୍ରିୟଙ୍କ ପଞ୍ଚାଲ ଜୁନ୍‌ ୬ ତାରିଖରୁ ଆରମ୍ଭ ହେବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ନେତୃତ୍ୱ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri