Posted inଖେଳ

ଭାରତ-ଏ ୨୭୩ ରନରେ ଅଗ୍ରଣୀ

ବେଙ୍ଗାଲୁରୁ, ୨।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ଶନିବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୨ୟ ଇନିଂସରେ ୪୬ ଓଭରରେ ୬ ଉଇକେଟ୍‌ ହରାଇ ମୋଟ୍‌ ୨୧୬ ରନ ସଂଗ୍ରହ କରିଛି। ଭାରତ-ଏ ପକ୍ଷରୁ ଅନ୍‌ମୋଲପ୍ରୀତ୍‌ ସିଂ (୬୦), ସିଦ୍ଦେଶ ଲାଡ୍‌ (୫୮) ଓ ଉଇକେଟ୍‌କିପର ଶ୍ରୀକର ଭରତ (୬୦) ଅର୍ଦ୍ଧଶତକ ହାସଲ କରିଛନ୍ତି। ଦୁଇ ଓପନର୍‌ ଅଭିମନ୍ୟୁ ଇଶ୍ୱରନ ୩ ଓ ଅଧିନାୟକ ପ୍ରିୟଙ୍କ ପଞ୍ଚଲ ୧୫ ରନ କରି ଆଉଟ୍‌ ହୋଇଥିବାବେଳେ ଶିଭମ ଦୁବେ (୫) ଓ ରାହୁଲ ଚହର (୫) ଅପରାଜିତ ରହିଛନ୍ତି। ଶ୍ରୀଲଙ୍କା-ଏ ପକ୍ଷରୁ ବିଶ୍ୱ ଫର୍ନାଣ୍ଡୋ ଓ ଲକ୍ଷନ ସନ୍ଦାକନ ୨ଟି ଲେଖାଏ ଉଇକେଟ୍‌ ନେଇଛନ୍ତି। ପ୍ରଥମ ଇନିଂସରେ ୫୭ ରନର ଅଗ୍ରଣୀ ନେଇଥିବା ଭାରତ ଏଥିସହ ମୋଟ୍‌ ଉପରେ ୨୭୩ ରନରେ ଆଗୁଆ ରହିଛି।
ଭାରତ-ଏ’ର ପ୍ରଥମ ଇନିଂସ ସ୍କୋର ୨୬୯ ରନ ଜବାବରେ ଶ୍ରୀଲଙ୍କା-ଏ ଶୁକ୍ରବାର ସୁଦ୍ଧା ୪ ଉଇକେଟ୍‌ରେ ୮୭ ରନ କରିଥିଲା। ଶନିବାର ଦଳ ପୂର୍ବ ଦିନର ସ୍କୋରରେ ଆଉ ୧୧୫ ରନ ଯୋଡ଼ି ବଳକା ଉଇକେଟ୍‌ ହରାଇଥିଲା। ଶ୍ରୀଲଙ୍କା-ଏ ପକ୍ଷରୁ କାମିନ୍ଦୁ ମେଣ୍ଡିସ ୬୮, ନିରୋଶାନ ଡିକ୍‌ଓ୍ବେଲା ୩୯, ପ୍ରିୟମଲ ପେରେରା ୩୬, ଅଧିନାୟକ ଅସନ ପ୍ରିୟଞ୍ଜନ ୧୯ ରନ କରିଥିଲେ। ଭାରତ-ଏ ପକ୍ଷରୁ ଜୟନ୍ତ ଯାଦବ ୩ ଏବଂ ସନ୍ଦୀ ଓ୍ବାରିୟର ଓ ଦୁବେ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ମଙ୍ଗଳବାର ମ୍ୟାଚ୍‌ର ଅନ୍ତିମ ଦିବସ ହୋଇଥିବାରୁ ଫଳାଫଳ ବାହାରିବା ଏକପ୍ରକାର ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri