Posted inଖେଳ

ଭାରତ ଗସ୍ତରେ ଆସିପାରେ ପାକିସ୍ତାନ ମହିଳା ଦଳ

ଲଣ୍ଡନ,୭।୬- ପାକିସ୍ତାନ ମହିଳା କ୍ରିକେଟ ଦଳ ଭାରତ ଗସ୍ତରେ ଆସି ଭାରତୀୟ ମହିଳା ଦଳ ସହ ଅନ୍ତର୍ଜାତୀୟ ଦିନିକିଆ ସିରିଜ୍‌ ଖେଳିବା ନେଇ ଯୋଜନା ଚାଲିଛି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କେନ୍ଦ୍ର ସରକାରଙ୍କ ଅନୁମତି ମାଗିଛି। ଏହି ସିରିଜ୍‌ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ମହିଳା ଚାମ୍ପିୟନଶିପ୍‌ର ଅଂଶବିଶେଷ। ୨୦୨୧ ବିଶ୍ୱକପ୍‌ ପାଇଁ ଏହି ଟୁର୍ନାମେଣ୍ଟ ଯୋଗ୍ୟତା ପର୍ଯ୍ୟାୟ। ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏଣୁ ଦୁଇ ଦେଶ ମଧ୍ୟରେ ଗତ ଦୀର୍ଘ ୬ ବର୍ଷ ହେଲା କୌଣସି ଦ୍ୱିପାକ୍ଷିକ ସିରିଜ ଖେଳା ଯାଇପାରୁ ନାହିଁ। ଅନୁମତି ପାଇଁ ବିସିସିଆଇ ପକ୍ଷରୁ କ୍ରୀଡ଼ା ମନ୍ତ୍ରଣାଳୟକୁ ଚିଠି ଲେଖାଯାଇଛି। ଜେନେରାଲ ମ୍ୟାନେଜର (କ୍ରିକେଟ ଅପରେଶନ) ସବା କରିମ ବୋର୍ଡ ସ୍ଥିତି ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ଆଇସିସି ଦ୍ୱାରା ପରିଚାଳିତ ମହିଳା ଚାମ୍ପିୟନଶିପ୍‌ରେ ସମସ୍ତ ଦଳ ପରସ୍ପର ମଧ୍ୟରେ ଘରେ ଓ ବାହାରେ ସିରିଜ୍‌ ଖେଳିବାକୁ ପଡ଼େ। ଟୁର୍ନାମେଣ୍ଟର ପଏଣ୍ଟ ତାଲିକାକୁ ଭିତ୍ତିକରି ଦଳଗୁଡ଼ିକୁ ବିଶ୍ୱକପ୍‌ ଯୋଗ୍ୟତା ପ୍ରଦାନ କରାଯାଏ। ଇଭେଣ୍ଟର କର୍ଯ୍ୟସୂଚୀ ଅନୁଯାୟୀ, ବିସିସିଆଇକୁ ଜୁଲାଇରୁ ନଭେମ୍ବର ମଧ୍ୟରେ ପାକିସ୍ତାନ ଦଳ ପାଇଁ ଅତିକମ୍‌ରେ ୩ଟି ମ୍ୟାଚ୍‌ ଆୟୋଜନ କରିବାକୁ ପଡ଼ିବ ବୋଲି ଚିଠିରେ ଉଲ୍ଲେଖ ରହିଛି। ଏହି ସମସ୍ୟାର ସମାଧାନ ବହିର୍ବ୍ୟାପାର ମନ୍ତ୍ରଣାଳୟ କରିପାରିବ ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି। ସମାନ କାରଣ ଯୋଗୁ ଗତବର୍ଷ ଭାରତ ସିନିୟର ପୁରୁଷ ଏସିଆ କପ୍‌ ଆୟୋଜନରୁ ଓହରି ଯାଇଥିଲା। ଯଦି ସରକାରଙ୍କ ପକ୍ଷରୁ ଅନୁମତି ନ ମିଳେ, ଆମକୁ ଅନ୍ୟ ବିକଳ୍ପ ଦେଖିବାକୁ ପଡ଼ିବ। ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ବିସିସିଆଇ କର୍ମକର୍ତ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri