Posted inଜାତୀୟ

ଭାରତ-ଚାଇନା ସୀମା ଜଗିବ ଏମ୍‌-୭୭୭ ତୋପ

ନୂଆଦିଲ୍ଲୀ,୭।୧୦: ଭାରତ ଆମେରିକାଠାରୁ ୧୪୫ଟି ଏମ୍‌-୭୭୭ ତୋପ କିଣିବ। ଏହି ତୋପକୁ ଭାରତ-ଚାଇନା ସୀମା ଜଗିବା କାର୍ଯ୍ୟରେ ମୁତୟନ କରାଯିବ। ୨୦୧୯ ଶେଷ ସୁଦ୍ଧା ଏହି ତୋପ ଭାରତକୁ ମିଳିଯିବ ବୋଲି କୁହାଯାଉଛି। ଏହାଦ୍ୱାରା ଭାରତୀୟ ସେନାର ଶକ୍ତିରେ ବୃଦ୍ଧି ଘଟିବ। ଏହି ତୋପକୁ ଅରୁଣାଚଳପ୍ରଦେଶର ସମ୍ବେଦନଶୀଳ ଅଞ୍ଚଳ ତଓ୍ବାଙ୍ଗ, କାମେଙ୍ଗ୍‌ ଏବଂ ବାଲୋଙ୍ଗ୍‌ରେ  ମୁତୟନ କରାଯିବାର ଯୋଜନା ରହିଛି। ଏହି ତୋପ ଯୋଗାଇ ଦେବାକୁ ୨୦୧୬ ନଭେମ୍ବରରେ ଭାରତ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହୋଇଥିଲା। ୨୫ଟି ତୋପ ସମ୍ପୂର୍ଣ୍ଣ ଭାବେ ନିର୍ମାଣ କରାଯାଇ ଭାରତକୁ ଆମେରିକା ଦେବ। ତେବେ ଅବଶିଷ୍ଟ ୧୨୦ ତୋପ ଆସେମ୍ବ୍ଲି କରାଯାଇ ଯୋଗାଇ ଦିଆଯିବ। ଏନେଇ ମହିନ୍ଦ୍ରା ସହିତ ବୁଝାମଣା କରାଯାଇଛି। ଆମେରିକା ସୈନ୍ୟ ଆଫଗାନିସ୍ତାନ ଏବଂ ଇରାକ୍‌ ଯୁଦ୍ଧରେ ଏହି ତୋପର ବ୍ୟବହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri