Posted inଖେଳ

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ଓଆଇ ହକି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଅଧିନାୟକ ହରମନପ୍ରୀତ ସିଂ (୭ମ ମିନିଟ୍‌), ଶମଶେର ସିଂ (୧୮ତମ), ନୀଳକାନ୍ତ ଶର୍ମା (୨୨ତମ), ଗୁରସାହିବଜିତ୍‌ ସିଂ (୨୬ତମ) ଓ ମନଦୀପ ସିଂ (୨୭ତମ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଲିଗ୍‌ ପର୍ଯ୍ୟାୟରେ ଭାରତ ୧-୨ ଗୋଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା।
ଉଭୟ ଦଳ ମ୍ୟାଚ୍‌ ଆରମ୍ଭରୁ ପ୍ରତିପକ୍ଷ ଗୋଲପୋଷ୍ଟ ଉପରେ ଆକ୍ରମଣ କରିଥିଲେ। ଭାରତକୁ ମ୍ୟାଚ୍‌ର ୭ମ ମିନିଟ୍‌ରେ ପ୍ରଥମ ପେନାଲ୍ଟି କର୍ନର ମିଳିଥିଲା, ଯାହାକି ବେକାର ହୋଇଯାଇଥିଲା। ହେଲେ ଅଧିନାୟକ ହରମନପ୍ରୀତ ସୁଯୋଗ ହାତଛଡ଼ା ନ କରି ଦଳୀୟ ଖାତା ଖୋଲିଥିଲେ। ଏଥିଯୋଗୁ ଭାରତ ପ୍ରଥମ କ୍ୱାର୍ଟର ପର୍ଯ୍ୟନ୍ତ ୧-୦ ଗୋଲରେ ଆଗୁଆ ଥିଲା। ଶମଶେର ମ୍ୟାଚ୍‌ର ୧୮ତମ ମିନିଟ୍‌ରେ ଭାରତ ପାଇଁ ଦ୍ୱିତୀୟ ଗୋଲ ଦେଇଥିଲେ। ଏହାପରେ ନୀଳକାନ୍ତ (୨୨ତମ), ଗୁରସାହିବଜିତ୍‌ (୨୬ତମ) ଓ ମନଦୀପ (୨୭ତମ) କ୍ରମାଗତ ୩ଟି ଗୋଲ ଦେଇ ପ୍ରଥମାର୍ଦ୍ଧ ସୁଦ୍ଧା ଦଳ ପାଇଁ ୫-୦ ଗୋଲର ଅଗ୍ରଣୀ ଆଣି ଦେଇଥିଲେ। ଦ୍ୱିତୀୟାର୍ଦ୍ଧରେ ଗୋଲ ପରିଶୋଧ କରିବା ପାଇଁ ନ୍ୟୁଜିଲାଣ୍ଡ ଖେଳାଳିମାନେ ବହୁ ଉଦ୍ୟମ କରିଥିଲେ। ୩୭ତମ ମିନିଟ୍‌ରେ ନ୍ୟୁଜିଲାଣ୍ଡ ଦଳ ଏକ ଗୋଲ ହାତଛଡ଼ା କରିଥିଲା। ଗୋଲଶୂନ୍ୟ ତୃତୀୟ କ୍ୱାର୍ଟର ପରେ ଅନ୍ତିମ ୧୫ ମିନିଟ୍‌ରେ ଭାରତୀୟ ଦଳ ତା’ର ଡିଫେନ୍ସ ଭାଗରେ ପ୍ରତିପକ୍ଷ ଖେଳାଳିଙ୍କୁ ପ୍ରବେଶ କରାଇ ଦେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri