ଭାରତ ନ ଆସିଲେ ଅଷ୍ଟ୍ରେଲିଆ ପାଇଁ ହାନିକାରକ ହେବ: ଲାବୁସେନ୍‌

ସିଡ୍‌ନୀ,୪।୫ (ପି.ଟି.): କୋଭିଡ-୧୯ ମହାମାରୀ ସାରା ବିଶ୍ୱକୁ କବଳିତ କରିଛି। ତେବେ ମହାମାରୀ କାରଣରୁ ଯଦି ଭାରତ ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ନ ଆସେ ତା’ହେଲେ ଅଷ୍ଟ୍ରେଲିଆ ପାଇଁ ଏହା ନିହାତି ହାନୀକାରକ ହେବ ବୋଲି ଯୁବ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ କହିଛନ୍ତି।
ଅକ୍ଟୋବରରେ ଏକ ଟ୨୦ ତ୍ରିରାଷ୍ଟ୍ରୀୟ ସିରିଜ ଖେଳିବା ସହ ଭାରତ ଅଷ୍ଟ୍ରେଲିଆ ଗସ୍ତ ଆରମ୍ଭ କରିବ। ଏହାପରେ ଏକ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳି ଆଗାମୀ ଡିସେମ୍ବରରେ ଭାରତ ଗସ୍ତ ଶେଷ କରିବ। ତେବେ କୋଭିଡ୍‌ ୧୯ ମହମାରୀ କାରଣରୁ ଅଷ୍ଟ୍ରେଲିଆରେ ତା’ର ସୀମା ସିଲ୍‌ କରିଛି। ପୁଣି ଯଦି କରୋନା ଭାଇରସ ସଂକ୍ରମଣକୁ ନିୟନ୍ତ୍ରଣ କରା ଯାଇ ପାରି ନାହିଁ। ଫଳରେ ଭାରତର ଏହି ହାଇପ୍ରୋଫାଇଲ ଗସ୍ତ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି।
ଯଦି ଭାରତ ଏହି ଗସ୍ତରେ ନ ଆସେ ତାହାଲେ ଅଷ୍ଟ୍ରେଲିଆ, ଅଷ୍ଟ୍ରେଲିଆ ଦଳ ଓ ମୋ ପାଇଁ ଏହା କ୍ଷତିକାରକ ହେବ ବୋଲି ଲାବୁସେନ୍‌ ଏକ ଅନ୍‌ଲାଇନ୍‌ ଖବରଦାତା ସମ୍ମିଳନୀରେ ଏକ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି। ଭାରତ ଏହି ଗସ୍ତ ମଝିରେ ଅର୍ଥାତ୍‌ ଅକ୍ଟୋବର ୧୮ରୁ ଟି୨୦ ବିଶ୍ୱକପ୍‌ ମଧ୍ୟ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ତେବେ ବିଶ୍ୱରେ ଚାଲିଥିବା ଏହି ସ୍ବାସ୍ଥ୍ୟ ସଙ୍କଟ ଟି୨୦ ବିଶ୍ୱକପ୍‌କୁ ମଧ୍ୟ ଅନିଶ୍ଚିତତା ଭିତରକୁ ଠେଲି ଦେଇଛି।
ଇତିମଧ୍ୟରେ ଅଷ୍ଟ୍ରେଲିଆରେ କୋଭିଡ୍‌-୧୯ ପଜିଟିଭ୍‌ ମାମଲାରେ ଆଖିଦୃଶିଆ ଅବନତୀ ପରିଲକ୍ଷିତ ହୋଇଛି। ଅଷ୍ଟ୍ରେଲିଆରେ ଏପର୍ଯ୍ୟନ୍ତ ୬,୮୦୦ ଲୋକ ସଂକ୍ରମିତ ହୋଇଛନ୍ତି ଓ ୧୦୦ଜଣଙ୍କର ପ୍ରାଣହାନୀ ହୋଇଛି। ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ସେବାକୁ ଲାବୁସେନ୍‌ ବେଶ୍‌ ପ୍ରଶଂସା କରିଛନ୍ତି। କରୋନା ଭାଇରସ୍‌ ନିୟନ୍ତ୍ରଣ କରିବାକୁ ପ୍ରୟାସ ଜାରି ରହିଛି। ଯଦି ଏଥିରେ ସଫଳ ହେବୁ ତାହାଲେ ଆଗାମୀ ୩-୪ କିମ୍ବା ୪-୫ ମାସରେ ଆମେ ଭାରତୀୟ ଦଳକୁ ଅଷ୍ଟ୍ରେଲିଆରେ ଦେଖିବୁ ବୋଲି ଲାବୁସେନ ଆଶା ପ୍ରକାଶ କରି କହିଛନ୍ତି। ତେବେ ଯଦି ଭାରତ ଅଷ୍ଟ୍ରେଲିଆ ଗସ୍ତରେ ଆସିପାରିବନି ତାହେଲେ ନିରାଶ ହେବି ବୋଲି ସେ କହିଛନ୍ତି। ଦେଶରେ ଲକ୍‌ଡାଉନ୍‌ ଚାଲିଥିବାରୁ ୨୫ ବର୍ଷୀୟ ଲାବୁସେନ୍‌ ନିଜ ଦକ୍ଷତା ଓ ପ୍ରତିଭାକୁ ଆହୁରି ଶାଣିତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ବୋଲିଂରେ ମଧ୍ୟ ସୁଧାର ଆଣିବାକୁ ସେ ଚେଷ୍ଟା କରୁଛନ୍ତି।
ଏହି ମହାମାରୀ କାରଣରୁ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବା ପରେ ପୂରା ସିରିଜ ବାତିଲ ହୋଇଥିଲା। ଏଥିସହିତ ସବୁ ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟକୁ ମଧ୍ୟ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri