Posted inଖେଳ

ଭାରତ ପାଇଁ ଖେଳିବି ବୋଲି ଭାବି ନ ଥିଲି : ସଇନି

ଲଡରହିଲ(ଆମେରିକା),୪।୮(ପି.ଟି.): ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ବେଶ୍‌ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶନିବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ପଦାର୍ପଣ କରି ୨୬ ବର୍ଷୀୟ ସଇନି ମାତ୍ର ୧୭ ରନ ବ୍ୟୟ କରି ୩ ଉଇକେଟ ନେବା ସହ ଭାରତ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ତେବେ ସେ ଭାରତ ପାଇଁ ଖେଳିବେ ବୋଲି କେବେ ଭାବି ନ ଥିବା କହିଛନ୍ତି। ଯେତେବେଳେ ଭାରତ କ୍ୟାପ୍‌ ଗ୍ରହଣ କରିଥିଲି ତାହା ମୋ ପାଇଁ ସ୍ବପ୍ନ ସଦୃଶ ଥିଲା। ଏହି ଦିନକୁ ମୁଁ ଅପେକ୍ଷା କରିଆସୁଥିଲେ ମଧ୍ୟ ବିଶ୍ୱାସ କରିପାରି ନ ଥିଲି। ସାଥି ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କୁ ସାକ୍ଷାତକାର ଦେବା ଅବସରରେ ସେ ଏହି କଥା କହିଛନ୍ତି। ବିସିସିଆଇ ଟୁଇଟର ହ୍ୟାଣ୍ଡଲରେ ଏହି ସାକ୍ଷାତକାର ପୋଷ୍ଟ କରାଯାଇଛି। ବାମ ହାତରେ ଗଧିଆର ଟାଟୁ କରିବା ନେଇ ସେ ପିଲା ବେଳର କଥା ଶୁଣାଇଥିଲେ। ପିଲା ବେଳେ ଭାଇ ସହ ଗଧିଆକୁ ନେଇ ବହୁ ମୁଭି ଦେଖିଥିଲି। ସେଥିପାଇଁ ଏହି ଟାଟୁ କରିଛି ବୋଲି ଭୁବନେଶ୍ୱରଙ୍କୁ ସେ ଉତ୍ତର ଦେଇ କହିଛନ୍ତି।
ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ: କୋହଲି
ପଦାର୍ପଣରେ ଚମକ ଦେଖାଇଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି କହିଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ସେ ଉଚ୍ଚକୋଟୀର ପ୍ରଦର୍ଶନ କରିଥିଲେ। ତାଙ୍କ ପାଖରେ ପ୍ରତିଭା ରହିଛି। ସେ ଘଣ୍ଟାପ୍ରତି ୧୫୦ କି.ମି.ରେ ବୋଲିଂ କରୁଛନ୍ତି। ସେ ମଧ୍ୟ ଫିଟ୍‌ ଅଛନ୍ତି। ଖୁବ୍‌ କମ୍‌ ବୋଲର ଅଛନ୍ତି ଯେଉଁମାନେ ୧୫୦ କିମ୍ବା ଊର୍ଦ୍ଧ୍ୱ ବେଗରେ ବୋଲିଂ କରୁଛନ୍ତି। ତେଣୁ ତାଙ୍କ ସମ୍ମୁଖରେ ଉଜ୍ଜ୍ୱଳ ଭବିଷ୍ୟତ ରହିଛି। ଏହି ମ୍ୟାଚ୍‌ରେ ବୋଲରଙ୍କ ଆଧିପତ୍ୟ ଦେଖିବାକୁ ମିଳିଥିଲା ବୋଲି ମ୍ୟାଚ୍‌ ପରେ କୋହଲି କହିଛନ୍ତି। ପୂର୍ବତନ ଓପନର ଗୌତମ ଗମ୍ଭୀର ମଧ୍ୟ ସଇନିଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ୬ ବର୍ଷ ତଳେ ଗମ୍ଭୀର ସଇନିଙ୍କ ପ୍ରତିଭାକୁ ଚିହ୍ନଟ କରିଥିଲେ ଓ ତାଙ୍କୁ ସାହଯ୍ୟ କରିଥିଲେ। ଦୁଇବର୍ଷ ତଳେ ପିଟିଆଇକୁ ଦେଇଥିବା ଏକ ସାକ୍ଷାତକାରରେ ଗମ୍ଭୀରଙ୍କୁ ପ୍ରଶଂସା କରିଥିଲେ। ନିଜ ସଫଳତାର ଶ୍ରେୟ ସେ ଗମ୍ଭୀରଙ୍କୁ ଦେଇଥିଲେ। ମୁଁ କିଛି ନ ଥିଲି, ଗମ୍ଭୀର ଭାଇ ମୋ ପାଇଁ ସବୁକିଛି କରିଛନ୍ତି ବୋଲି ସଇନି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri