Posted inଖେଳ

‘ଭାରତ-ପାକିସ୍ତାନ ମ୍ୟାଚ ଅପେକ୍ଷା ମୋ ମା’ ଅଧିକ ଗୁରୁତ୍ୱପୂର୍ଣ୍ଣ’

ଅହମ୍ମଦାବାଦ,୧୩।୧୦: ଦିନିକିଆ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ସହ ଅଛି। ସମଗ୍ର ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଏହି ମ୍ୟାଚ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ତେବେ ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା କହିଛନ୍ତି ଯେ, ଏହି ମ୍ୟାଚ ଅପେକ୍ଷା ତାଙ୍କ ମା’ ତାଙ୍କ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ।
ବୁମରା ନିଜ ଘର ଅହମ୍ମଦାବାଦରେ ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ୧୩୨,୦୦୦ ପ୍ରଶଂସକଙ୍କ ସାମ୍ନାରେ ପାକିସ୍ତାନ ବିପକ୍ଷରେ ଖେଳିବେ। ତେବେ ୨୯ ବର୍ଷୀୟ ଦ୍ରୁତ ବୋଲରଙ୍କ ପାଇଁ ପରିବାର ପ୍ରଥମେ ଆସେ। ବୁଧବାର ଆଫଗାନିସ୍ତାନ ବିପକ୍ଷରେ ଭାରତ ଏକ ଆଠ ଉଇକେଟ ବିଜୟ ହାସଲ କରିଛି। ଏଥିରେ ବୁମ୍‌ରା ୩୯ ରନ ଦେଇ ଚାରିଟି ଉଇକେଟ ନେଇ ଭାରତର ବିଜୟରେ ଉଲ୍ଲେଖନୀୟ ଅବଦାନ ଦେଇଥିଲେ। ଏହି ମ୍ୟାଚ ପରେ ସେ କହିଛନ୍ତି,ମୁଁ କିଛି ସମୟ ଦିନ ହେବ ବାହାରେ ଅଛି। ଘରେ ମା’ଙ୍କୁ ଦେଖି ମୁଁ ଖୁସି ହେବି। ମୁଁ ସେମାନଙ୍କୁ ଦେଖିବାକୁ ଯାଉଛି। ଏହା ମୋ ପାଇଁ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ବିଷୟ। ଏହା ପରେ ହିଁ ବୁମ୍‌ରା ଅହମ୍ମଦାବାଦରେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ଖେଳିବେ।
୫ ବର୍ଷ ବୟସ ପୂର୍ବରୁ ତାଙ୍କ ବାପା ହଠାତ୍‌ ମୃତ୍ୟୁବରଣ କରିବା ପରେ, ବୁମ୍‌ରାଙ୍କୁ ତାଙ୍କ ମା’ ଦଲଜିତ୍‌ ଲାଳନପାଳନ କରିଥିଲେ। ଦଲଜିତ୍‌ ଜଣେ ସ୍କୁଲ ପ୍ରିନ୍ସପାଲ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri