Posted inଖେଳ

ଭାରତ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ  ଚିନ୍ତା କରୁଛି ଅଷ୍ଟ୍ରେଲିଆ

ସିଡନୀ,୨୧।୪ (ପି.ଟି.)- ଚଳିତ ବର୍ଷ ଶେଷ ଆଡକୁ ଭାରତ ବିପକ୍ଷରେ ଅଷ୍ଟ୍ରେଲିଆ ଘରୋଇ ପରିବେଶରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ସିରିଜକୁ ୫ ମ୍ୟାଚ୍‌ ବିଶିଷ୍ଟ କରିବା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଚିନ୍ତା କରୁଛି। କୋଭିଡ-୧୯ ମହାମାରୀ କାରଣରୁ ହୋଇଥିବା ଆର୍ଥିକ କ୍ଷତିର ଭରଣା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଏଭଳି ଦିଗ ବିଷୟରେ ଚିନ୍ତା କରିବା ଆରମ୍ଭ କରିଛି। ଅକ୍ଟୋବରରେ ଏକ ଟି୨୦ ସିରିଜ ଖେଳିବା ପରେ ଭାରତର ଆଷ୍ଟ୍ରେଲିଆ ଗସ୍ତ ଆରମ୍ଭ ହେବ ଓ ଡିସେମ୍ବରରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏହ ମଧ୍ୟରେ ଟି୨୦ ବିଶ୍ୱକପ୍‌ ମଧ୍ୟ ଆୟୋଜନ ହେବ ଓ ଏହି ମେଗା ଇଭେଣ୍ଟ ଅକ୍ଟୋବର ୧୮ ତାରିଖରେ ଆରମ୍ଭ ହେବ। ଏବେ କରୋନା ଭାଇରସ ସଂକ୍ରମଣ କାରଣରୁ ଟି୨୦ ବିଶ୍ୱକପ୍‌ ଆୟୋଜନ ହେବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

କ୍ରିକେଟ ଅଷ୍ଟ୍ରେଲିଆ ଏବେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବାରୁ ଭାରତ ବିପକ୍ଷରେ ଆଉ ଏକ ଟେଷ୍ଟ ଖେଳିବାର ଯୋଜନା କରୁଛି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ମୁଖ୍ୟ କାର୍ଯ୍ୟନିର୍ବାହୀ କେଭିନ ରବଟର୍‌ସ କହିଛନ୍ତି। ସୌଭାଗ୍ୟ ବଶତଃ ଆମ ପାଖରେ ଏ ନେଇ ଆବଶ୍ୟକ ସମୟ ରହିଛି। ତେବେ ଯେକୌଣସି ପ୍ରକାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ ବୋଲି ସେ କହିଛନ୍ତି। ଦର୍ଶକଙ୍କ ବିନା ରୁଦ୍ଧଦ୍ୱାରରେ ଟି୨୦ ବିଶ୍ୱକପ୍‌ ଆୟୋଜନ କରିବାକୁ କ୍ରିକେଟ ଅଷ୍ଟ୍ରେଲିଆ ମଧ୍ୟ ଆଲୋଚନା ଜାରି ରଖିଛି। ଯେକୌଣସି ପ୍ରକାର ପରିସ୍ଥିତିରେ ଟି୨୦ ବିଶ୍ୱକପ୍‌ ଆୟୋଜନ କରିବାକୁ ଅଷ୍ଟ୍ରେଲିଆ ବଦ୍ଧପରିକର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?