Posted inଖେଳ

ଭାରତ ବିପକ୍ଷ ଟେଷ୍ଟ ସିରିଜ: ନ୍ୟୁଜିଲାଣ୍ଡ ଦଳକୁ ବୋଲ୍ଟଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବେଲିଂଟନ,୧୭।୨: ଆଗାମୀ ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଏକ ୧୩ ଜଣିଆ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଆଘାତ ସମସ୍ୟାରୁ ସୁସ୍ଥ ହୋଇ ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ହାତ ଭାଙ୍ଗିଯାଇଥିବା କାରଣରୁ ବୋଲ୍ଟ ବେଶ୍‌ କିଛି ଦିନ କ୍ରିକେଟରୁ ଦୂରେଇ ରହିଥିଲେ। ଗତ ଡିସେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ଖେଳିବା ଅବସରରେ ବୋଲ୍ଟଙ୍କ ଡାହାଣହାତ ଭାଙ୍ଗି ଯାଇଥିଲା। ଶୁକ୍ରବାରଠାରୁ ଓ୍ବେଲିଂଟନର ରିଜର୍ଭ ବେସନ୍‌ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ସେ ଫିଟ୍‌ ଘୋଷିତ ହୋଇଛନ୍ତି।
ଓପନର ଜିତ ରାଭାଲ, ସ୍ପିନ୍‌ ବୋଲିଂ ଅଲରାଉଣ୍ଡର ମିଚେଲ ସାଣ୍ଟନର ଓ ଦ୍ରୁତ ବୋଲର ମ୍ୟାଟ୍‌ ହେନେରୀଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ଗତ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆଠାରୁ ନ୍ୟୁଜିଲାଣ୍ଡ ୩-୦ରେ ପରାସ୍ତ ହୋଇ ହ୍ବାଇଟ୍‌ଓ୍ବାଶ୍‌ର ସମ୍ମୁଖୀନ ହୋଇଥିଲା। ଫଳରେ ଚୟନକର୍ତ୍ତାମାନେ ଦଳରେ ଅଦଳବଦଳ କରିଛନ୍ତି। ବାମହାତୀ ସ୍ପିନର ଅଜାଜ ପଟେଲ, ଅକଲାଣ୍ଡ ଦ୍ରୁତ ବୋଲର କାଏଲ ଜେମିଶନଙ୍କୁ ଏହି ଦଳରେ ସାମିଲ କରାଯାଇଛି। ମୁମ୍ବାଇ ଜନ୍ମିତ ଅଜାଜ ଗତ ଅଗଷ୍ଟରେ ଶେଷଥର ପାଇଁ ଶ୍ରୀଲଙ୍କା ବିପକ୍ଷରେ ଟେଷ୍ଟ ଖେଳିଥିଲେ। ଏକମାତ୍ର ସ୍ପିନର ଭାବେ ଅଜାଜ ଦଳରେ ସ୍ଥାନ ପାଇଛନ୍ତି। ପ୍ରଦର୍ଶନରେ ସ୍ଥିରତା ବଜାୟ ରଖିଥିବାରୁ ଇଶ୍‌ ସୋଧିଙ୍କ ବଦଳରେ ଅଜାଜଙ୍କୁ ଚୟନକର୍ତ୍ତାମାନେ ଅଧିକ ଭରସା କରିଛନ୍ତି।
ବୋଲ୍ଟଙ୍କ ପ୍ରତ୍ୟାବର୍ତ୍ତନରେ ଦଳ ଆହୁରି ଶକ୍ତିଶାଳୀ ହେବ ବୋଲି କୋଚ୍‌ ଗ୍ୟାରୀ ଷ୍ଟେଡ କହିଛନ୍ତି। ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଦମ୍‌ଦାର ପ୍ରଦର୍ଶନ କରି ଜେମିଶନ ଚୟନକର୍ତ୍ତାଙ୍କୁ ପ୍ରଭାବିତ କରି ଟେଷ୍ଟ ଦଳରେ ସ୍ଥାନ ହାସଲ କରିଛନ୍ତି। ବୋଲ୍ଟ, ଟିମ୍‌ ସୌଦି ଓ ନିଲ ଓ୍ବାଗନରଙ୍କୁ ନେଇ ଗଠିତ ନ୍ୟୁଜିଲାଣ୍ଡ ଦ୍ରୁତ ବୋଲିଂ ବିଭାଗ ବେଶ୍‌ ଶକ୍ତିଶାଳୀ ମନେହେଉଛି। ରାଭାଲଙ୍କ ବଦଳରେ ଦଳରେ ସ୍ଥାନ ପାଇଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ବ୍ଲଣ୍ଡେଲ ଟପ୍‌ ଅର୍ଡରରେ ବ୍ୟାଟିଂ କରିବେ। ନ୍ୟୁଜିଲାଣ୍ଡ ରଗ୍‌ବୀ ୟୁନିୟନ ଖେଳାଳି ତଥା କୋଚ୍‌ ଜନ୍‌ ମିଚେଲଙ୍କ ପୁଅ ଅଲରାଉଣ୍ଡର ଡାରିଲ ମିଚେଲଙ୍କୁ ମଧ୍ୟ ସୁଯୋଗ ଦିଆଯାଇଛି। ଓ୍ବେଲିଂଟନରେ ଟେଲର କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିବେ। ଫଳରେ ବ୍ରେଣ୍ଡନ ମ୍ୟାକଲମ, ଡାନିଏଲ ଭିଟ୍ଟୋରୀ ଓ ଷ୍ଟିଫେନ ଫ୍ଲେମିଂଙ୍କୁ ନେଇ ଗଠିତ ଏଲିଟ୍‌ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଟେଲର ବିଶ୍ୱର ପ୍ରଥମ କ୍ରିକେଟର ଭାବେ ୩ଟି ଯାକ ଫର୍ମାଟରେ ୧୦୦ଟି ମ୍ୟାଚ୍‌ ଖେଳି ରେକର୍ଡ କରିବାକୁ ଯାଉଛନ୍ତି।
ନ୍ୟୁଜିଲାଣ୍ଟ ଦଳ: କେନ୍‌ ଓ୍ବିଲିୟମସନ (ଅଧିନାୟକ), ଟମ୍‌ ବ୍ଲଣ୍ଡେଲ, ଟ୍ରେଣ୍ଟ ବୋଲ୍ଟ, କଲିନ ଡି ଗ୍ରାଣ୍ଡହୋମ, କାଏଲ ଜେମିଶନ, ଟମ୍‌ ଲଥାମ, ଡାରିଲ ମିଚେଲ, ହେନେରୀ ନିକୋଲ୍ସ, ଅଜାଜ ପଟେଲ, ଟିମ୍‌ ସୌଦି, ରସ୍‌ ଟେଲର, ନିଲ ଓ୍ବାଗନର ଓ ବିଜେ ଓ୍ବାଟଲିଂ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri