Posted inଖେଳ

ଭାରତ ବିପକ୍ଷ ପ୍ରଥମ ଟେଷ୍ଟ: ମ୍ୟାଟ୍‌ ହେନ୍‌ରୀଙ୍କୁ ଡକରା

ଓ୍ବେଲିଂଟନ,୧୯।୨- ଆସନ୍ତା ୨୧ ତାରିଖରେ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ଲାଗି ନ୍ୟୁଜିଲାଣ୍ଡ ଦଳ ପେସର ମ୍ୟାଟ ହେନ୍‌ରୀଙ୍କୁ ଡକରା ଦେଇଛି। ତାଙ୍କୁ ନିଲ ଓ୍ବାଗନରଙ୍କ ବଦଳ ଖେଳାଳି ଭାବେ ଦଳରେ ସାମିଲ କରାଯିବ। ଓ୍ବାଗନର ପ୍ରଥମ ଥର ପାଇଁ ବାପା ହେବାକୁ ଯାଉଛନ୍ତି। ତାଙ୍କ ଅନୁପସ୍ଥିତିରେ ନ୍ୟୁଜିଲାଣ୍ଡ ଦଳରେ ଟ୍ରେଣ୍ଟ ବୋଲ୍ଟ ଓ ଟିମ ସୌଦିଙ୍କ ଭଳି ସିନିୟର ପେସରଙ୍କ ଉପରେ ଗୁରୁଦାୟିତ୍ୱ ରହିବ। ବାମହାତୀ ପେସର ଓ୍ବଗନରଙ୍କ ରେକର୍ଡ ଟେଷ୍ଟରେ ଉଲ୍ଲେଖନୀୟ ରହିଛି। ସେ ୪୭ ମ୍ୟାଚ୍‌ରେ ୨୬.୩୩ ହାରରେ ୨୦୪ ଉଇକେଟ ନେଇଛନ୍ତି। ଓ୍ବାଗନର ଓ୍ବେଲିଂଟନ ଟେଷ୍ଟରେ ଦଳ ସହ ଯୋଗଦେବେ ନାହିଁ। କାରଣ ସେ ଓ ତାଙ୍କ ପତ୍ନୀ ପ୍ରଥମ ସନ୍ତାନର ଜନ୍ମକୁ ଅପେକ୍ଷା କରିଛନ୍ତି। ସେ ଟାଉରଙ୍ଗଠାରେ ଅଛନ୍ତି। ତାଙ୍କ ବଦଳରେ ହେନ୍‌ରୀ ଦଳରେ ଯୋଗଦେବେ ବୋଲି ବ୍ଲାକ କ୍ୟାପ୍ସ ପକ୍ଷରୁ ଟୁଇଟ୍‌ କରାଯାଇଛି। ହେନରୀ ନ୍ୟୁଜିଲାଣ୍ଡ ପକ୍ଷରୁ ୧୨ ଟେଷ୍ଟ ଓ ୫୨ ଦିନିକିଆ ଖେଳିସାରିଛନ୍ତି। ତାଙ୍କ ବାଦ୍‌ କାଇଲ ଜମିସନଙ୍କୁ ମଧ୍ୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିବାର ସମ୍ଭାବନା ରହିଛି। ସେ ଏପର୍ଯ୍ୟନ୍ତ କ୍ରିକେଟର ଲମ୍ବା ଫର୍ମାଟରେ ପର୍ଦାପଣ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri