ଭାରତ ବିରୋଧରେ ଟ୍ରମ୍ପ ମୁହଁ ଖୋଲିଲେ: ଆମେରିକା ମୋଟରସାଇକେଲ ଉପରେ ୫୦% ଟାରିଫ ସ୍ବୀକାର୍ଯ୍ୟ ନୁହେଁ

ଓ୍ବାଶିଂଟନ,୧୨-୬: ଟାରିଫ ବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ବିରୋଧରେ ପୁନର୍ବାର ମୁହଁ ଖୋଲି ଚାପ ପକାଇବା ରାଜନୀତି ଆରମ୍ଭ କରିଛନ୍ତି। ଆମେରିକାରୁ ଆସୁଥିବା ମୋଟରସାଇକେଲ ଉପରେ ଭାରତ ଟାରିଫ ହାରକୁ ୧୦୦ରୁ ୫୦ ପ୍ରତିଶତକୁ ହ୍ରାସ କରିଛି। ତଥାପି ଏହା ଆମେରିକା ପାଇଁ ଗ୍ରହଣଯୋଗ୍ୟ ନୁହେଁ ବୋଲି ଟ୍ରମ୍ପ ସ୍ପଷ୍ଟ କରିଛନ୍ତି। ଏବେ ଆମେରିକାକୁ ଆଉ ବୋକା ବନା ଯାଇପାରିବନି ବୋଲି ସେ କହିଛନ୍ତି। ବାସ୍ତବରେ ଭାରତକୁ ଆମଦାନୀ ହେଉଥିବା ହାର୍ଲେ ଡେଭିଡସନ ମୋଟରସାଇକେଲ ପ୍ରସଙ୍ଗରେ ଉକ୍ତ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଆମେରିକା ଅତ୍ୟନ୍ତ ସମ୍ବେଦନଶୀଳ ହୋଇଛି। ଭାରତ ଏହି ମୋଟରସାଇକେଲ ଆମଦାନୀ ଉପରେ ଟାରିଫକୁ ଭାରତ ‘ଶୂନ୍‌’ ପ୍ରତିଶତ କରିଦେଉ ଅର୍ଥାତ କୌଣସି ଶୁଳ୍କ ଆଦାୟ କରା ନ ଯାଉ ଏହା ଟ୍ରମ୍ପ ଚାହୁଁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ହୋଇଥିବା କଥୋପୋକଥନ ସମ୍ପର୍କରେ ଟ୍ରମ୍ପ ଉଲ୍ଲେଖ କରିଥିଲେ। ଉଲ୍ଲେଖଥାଉ କି, ମୋଦି ସରକାର ଗତବର୍ଷର ବଜେଟରେ ଅଧିକାଂଶ ବିଦେଶୀ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବଢ଼ାଇ ଥିଲେ। ଭାରତର ଏହି ନିଷ୍ପତ୍ତିକୁ ସେତେବେଳଠାରୁ ଟ୍ରମ୍ପ ବିରୋଧ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri