Posted inଖେଳ

ଭାରତ ରନର୍ସ ଅପ୍‌

ଜୋହର ବାହରୁ (ମାଲେସିଆ), ୨୦ା୧୦- ଭାରତୀୟ ଜୁନିୟର ପୁରୁଷ ହକି ଦଳ ଏଠାରେ ଚାଲିଥିବା ୯ମ ସୁଲ୍‌ତାନ ଅଫ୍‌ ଜୋହର କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ହାରିଯାଇଛି। ଗ୍ରେଟ୍‌ ବ୍ରିଟେନ ୨-୧ ଗୋଲରେ ବିଜୟ ଲାଭ କରି ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ତରଫରୁ ଏକମାତ୍ର ଗୋଲ ଗୁରସାହିବଜିତ୍‌ ସିଂ ସ୍କୋର କରିଥିଲେ। ପ୍ରଥମାର୍ଦ୍ଧ ଖେଳ ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା। ତୃତୀୟ କ୍ୱାର୍ଟରରେ ମଧ୍ୟ କୌଣସି ଦଳ ଗୋଲ ଦେବାରେ ସଫଳ ହୋଇ ନ ଥିଲେ। ୪୯ତମ ମିନିଟ୍‌ରେ ଭାରତକୁ ମ୍ୟାଚରେ ଏହାର ୭ମ ପେନାଲ୍ଟି କର୍ନର ମିଳିଥିଲା। ମନଦୀପଙ୍କ ଚମତ୍କାର ଡ୍ରାଗ୍‌ ଫ୍ଲକ୍‌ ଯୋଗୁ ଗୁରସାହିବଜିତ୍‌ ଏହାକୁ ଗୋଲରେ ପରିଣତ କରି ଭାରତକୁ ୧-୦ରେ ଅଗ୍ରଣୀ କରାଇଥିଲେ। ଏହାର ଏକ ମିନିଟ ବ୍ୟବଧାନରେ ଗ୍ରେଟ ବ୍ରିଟେନ ଦଳକୁ ସେମାନଙ୍କର ପ୍ରଥମ ପେନାଲଟି କର୍ନର ମିଳିଥିଲା। ପ୍ରଥମାବସ୍ଥାରେ ସଞ୍ଜୟ ଯଦିଓ ଶଟ୍‌କୁ ଲାଇନରେ ଅଟକାଇ ଦେଇଥିଲେ, କିନ୍ତୁ ଷ୍ଟୁଆର୍ଟ ରଶ୍‌ମେରେ ବଲ୍‌କୁ ଟାଣି ଆଣି ଗୋଲ ସ୍କୋର କରି ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ପରେ ଭାରତ ମିଡ୍‌ଫିଲ୍ଡରେ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ମାତ୍ର ଗ୍ରେଟ୍‌ ବ୍ରିଟେନ ଏହାର ଶେଷ ଉଦ୍ୟମରେ ପ୍ରତିଆକ୍ରମଣ କରି ଚାପ ସୃଷ୍ଟି କରିଥିଲା। ଦଳ ୩ଥର ଗୋଲ ଦେବାକୁ ଉଦ୍ୟମ କରି ବିଫଳ ହୋଇଥିଲା। ମାତ୍ର ଶେଷ ମୁହୂର୍ତ୍ତରେ ରଶମେରେ ପୁଣି ଗୋଲ ଦେବାରେ ସଫଳ ହୋଇଥିଲେ ଏବଂ ତାଙ୍କ ଦଳକୁ ୨-୧ରେ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri