Posted inଖେଳ

ଭାରତ ସହ ପିଙ୍କ୍‌ ବଲ ଟେଷ୍ଟ ଖେଳିବାକୁ ଷ୍ଟାର୍କ ଆଗ୍ରହୀ

ମେଲବୋର୍ନ, ୨୬।୫ (ପି.ଟି.): ଆଗାମୀ ଗ୍ରୀଷ୍ମରେ ଘରୋଇ ସିରିଜରେ ଭାରତ ବିପକ୍ଷରେ ପିଙ୍କ ବଲ୍‌ ତଥା ଦିବାରାତ୍ର ଟେଷ୍ଟ ଖେଳିବାକୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଆଗ୍ରହ ପ୍ରକାଶ କରିଛନ୍ତି। ଫିଙ୍କ ବଲ୍‌ ଟେଷ୍ଟରେ ଷ୍ଟାର୍କ ରେକର୍ଡ ବେଶ୍‌ ଭଲ ରହିଛି। ଦିବାରାତ୍ର ଟେଷ୍ଟରେ ଭାରତ ବିପକ୍ଷରେ ବୋଲିଂ କରିବାକୁ ଚାହୁଁଛି ବୋଲି ଷ୍ଟାର୍କ କହିଛନ୍ତି।

ପୂର୍ବରୁ ୨୦୧୮-୧୯ରେ ଅଷ୍ଟ୍ରେଲିଆ ଗସ୍ତରେ ପିଙ୍କ୍‌ ବଲ୍‌ ଟେଷ୍ଟ ଖେଳିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ଭାରତ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲା। ତେବେ ଗତ ଫେବୃୟାରୀରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଭାରତ ଅଷ୍ଟ୍ରେଲିଆ ଗସ୍ତରେ ଏକ ପିଙ୍କ ବଲ୍‌ ଟେଷ୍ଟ ଖେଳିବ ବୋଲି ଘୋଷଣା କରିଥିଲେ। ଏହି ସିରିଜରେ ଭାରତ ଓ ଅଷ୍ଟ୍ରେଲିଆ ଦିବାରାତ୍ର ଟେଷ୍ଟ ଖେଳିବା ନିଶ୍ଚିତ ଭାବେ ଏକ ବଡ଼ କଥା ବୋଲି ଷ୍ଟାର୍କ କହିଛନ୍ତି।

ଅଷ୍ଟ୍ରେଲିଆକୁ ଦିବାରାତ୍ର ଟେଷ୍ଟର ଜନକ ବୋଲି କୁହାଯାଏ। ୨୦୧୫ରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସର୍ବପ୍ରଥମ ଦିବାରାତ୍ର ଟେଷ୍ଟ ଖେଳାଯାଇଥିଲା। ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ୭ଟି ଦିବାରାତ୍ର ଟେଷ୍ଟ ଖେଳିଛି ଓ ସବୁଥିରେ ଅପରାଜେୟ ରହିଛି। ଅନ୍ୟପଟେ ଭାରତ ବାଂଲାଦେଶ ବିପକ୍ଷରେ ଏକମାତ୍ର ଦିବାରାତ୍ର ଟେଷ୍ଟ ଖେଳିଛି। ଗତ ନଭେମ୍ବରରେ ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ଏହି ଐତିହାସିକ ମ୍ୟାଚ୍‌ରେ ଭାରତ ଅତି ସହଜରେ ବିଜୟ ହାସଲ କରିଥିଲା। ଭାରତ ପାଇଁ ପିଙ୍କ୍‌ ବଲ ଆଦୌ ନୂଆ ନୁହେଁ ବୋଲି ଷ୍ଟାର୍କ କହିଛନ୍ତି। ତେଣୁ ଆଗାମୀ ସିରିଜରେ ପିଙ୍କ୍‌ ବଲ୍‌ ଟେଷ୍ଟ ବେଶ୍‌ ମଜାଦାର ହେବ ବୋଲି ୩୦ ବର୍ଷୀୟ ଷ୍ଟାର୍କ କହିଛନ୍ତି। ଅଷ୍ଟ୍ରେଲିଆ ତରଫରୁ ଷ୍ଟାର୍କ ସମସ୍ତ ୭ଟି ଯାକ ମ୍ୟାଚ୍‌ ଖେଳିଛନ୍ତି ଓ ୧୯.୨୩ ହାରରେ ୪୨ଟି ଉଇକେଟ ଅକ୍ତିଆର କରିଛନ୍ତି। ଘରୋଇ ପରିବେଶରେ ଅଷ୍ଟ୍ରେଲିଆ ଅବଶ୍ୟ ଫାଇଦାରେ ରହିବ। କିନ୍ତୁ ଭାରତ ମଧ୍ୟ ଅଷ୍ଟ୍ରେଲିଆରେ ଦିବାରାତ୍ର ଟେଷ୍ଟ ଖେଳି ଫାଇଦାରେ ରହିବ ବୋଲି ଷ୍ଟାର୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri