ଭାରତ ସହ ବାଣିଜ୍ୟ ସମ୍ପର୍କ ଛିନ୍ନର ପରିଣାମ;ପାକିସ୍ତାନରେ ଟମାଟୋ କିଲୋ ୩୦୦ ଛୁଇଁଲା

ଇସ୍‌ଲାମାବାଦ୍‌,୧୧-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର କରାଯିବା ପ୍ରତିବାଦରେ ଭାରତ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ପରିଣାମ ସ୍ବରୂପ ଏବେ ଭାରତରୁ ପଡୋଶୀ ଦେଶକୁ ଟମାଟୋ ରପ୍ତାନି ହୋଇପାରୁନି। ଫଳରେ ସେ ଦେଶରେ ଏବେ ଏହାର ଦରରେ ନିଆଁ ଲାଗିଛି। ସେଠାରେ ଟମାଟୋ କେଜି ୩୦୦ ଟଙ୍କାରେ ପହଞ୍ଚତ୍ୟାଇଛି। ପାକିସ୍ତାନବାସୀ ପୂର୍ବରୁ ମହଙ୍ଗା ମାଡର ସମ୍ମୁଖୀନ ହେଉଥିବା ବେଳେ ଟମାଟୋର ଅଚାନକ ଦରବୃଦ୍ଧି ସେମାନଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି। ଭାରତ ସହ ବାଣିଜ୍ୟ ସମ୍ପର୍କ ଛିନ୍ନ କରିବା ଲାଗି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ନିଷ୍ପତ୍ତି ଦେଶବାସୀଙ୍କ ପାଇଁ କେତେ ମହଙ୍ଗା ହୋଇଛି ଏଥିରୁ ତାହା ସ୍ପଷ୍ଟ ଅନୁମେୟ। ସେଦେଶର ସାଧାରଣ ନାଗରିକଙ୍କୁ ଆର୍ଥିକ କ୍ଷତି ସହିବାକୁ ପଡୁଛି। ସୂଚନାଥାଉ କି, ଦୁଇ ଦେଶ ଭିତରେ ବାଣିଜ୍ୟ ସମ୍ପର୍କ ଥିବା ବେଳେ ଭାରତରୁ ଭାରି ମାତ୍ରାରେ ଟମାଟୋ, ପିଆଜ ଓ ସବୁଜ ପନିପରିବା ପାକିସ୍ତାନ ଯାଉଥିଲା। ଏବେ ବାଣିଜ୍ୟ ସମ୍ପର୍କ ରଦ୍ଦ ପରେ ସେ ଦେଶକୁ ଏସବୁର ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଫଳସ୍ବରୂପ ଏହି ପରିବାଗୁଡ଼ିକ ଏବେ ପାକିସ୍ତାନରେ ଦୁର୍ମୂଲ୍ୟ ହୋଇଛି। ପାକିସ୍ତାନର ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଭାରତୀୟ ଟ୍ରକ ଅପରେଟର ମାନେ କହିଛନ୍ତି ଯେ, ବାଣିଜ୍ୟ ସମ୍ପର୍କ ବନ୍ଦ କରିଦେବା ଯୋଗୁ ଭାରତର କ୍ଷତି ହେବ ବୋଲି ଯଦି ପାକିସ୍ତାନ ଭାବୁଛି, ତେବେ ସେମାନଙ୍କୁ ଏଥିପାଇଁ ମୁର୍ଖ କୁହାଯାଇପାରିବ। କାରଣ ଉକ୍ତ ନିଷ୍ପତ୍ତି ଯୋଗୁ ପଡୋଶୀ ଦେଶରେ ପନିପରିବା ଦର ନିୟନ୍ତ୍ରଣ ବାହାରକୁ ଚାଲିଯିବ ଏବଂ ନାଗରିକ ତ୍ରାହି ତ୍ରାହି ଡାକ ଛାଡ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri