ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍‌ଇ ଶିଖ୍‌ ଖଲିଫା ବିନ୍‌ ଜାୟଦ୍‌ ଅଲ୍‌ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ୍‌ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ କରିଛନ୍ତି । ଉଭୟେ ଏହି ବନ୍ଧୁତ୍ୱକୁ ଆଗକୁ ନେବାସହ ପରସ୍ପର ସହଯୋଗୀ ହୋଇ ଉକ୍ତ କାର୍ଯ୍ୟକୁ ପ୍ରାଥମିକତା ଦେଇ କାମ କରୁଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ପାଞ୍ଚଦିନିଆ ବିଦେଶ ଗସ୍ତରେ ଥିବା ଧର୍ମେନ୍ଦ୍ର ସୋମବାର ୟୁଏଇ ପ୍ରମୁଖ ତୈଳ ଓ ଗ୍ୟାସ୍‌ ଏବଂ ପେଟ୍ରୋଲିୟମ କମ୍ପାନୀର ମୁଖ୍ୟଙ୍କୁ ସାକ୍ଷାତ କରିବା ସହ ସେଠାକାର ଇସ୍ପାତ ଶିଳ୍ପର ଅଧିକାରୀମାନଙ୍କ ସହ ବୈଠକ କରିବାପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ୟୁଏଇ ପ୍ରମୁଖ ତୈଳ ଓ ଗ୍ୟାସ ଏବଂ ପେଟ୍ରୋଲିୟମ କମ୍ପାନୀର ମୁଖ୍ୟଙ୍କୁ ସାକ୍ଷାତ କରିବା ଅବସରରେ ଉଭୟଙ୍କ ମଧ୍ୟରେ ଉର୍ଜା କ୍ଷେତ୍ରରେ ଭାରତ ଏବଂ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ବ୍ୟବସାୟିକ ସହଯୋଗ ଏବଂ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଇଛି । ଏହାବ୍ୟତୀତ ଦୁଇ ଦେଶ ମଧ୍ୟରେ ତୈଳ ଓ ଗ୍ୟାସ କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ସହ ୟୁଏଇରେ ଭାରତ ନିଜର ଉପସ୍ଥିତିକୁ ଅଧିକ ଦୃଢ କରିବା ପାଇଁ ଆଲୋଚନା ହୋଇଛି । ଏହି ଅବସରରେ ଦୁବାଇଠାରେ ୟୁଏଇ ଇସ୍ପାତ ଶିଳ୍ପର ପ୍ରତିନିଧି ଏବଂ ଧର୍ମେନ୍ଦ୍ରଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଇସ୍ପାତ କ୍ଷେତ୍ରରେ ଭାରତ ଓ ୟୁଏଇ ମଧ୍ୟରେ ବ୍ୟବସାୟିକ କ୍ଷମତାକୁ ସଫଳ କରିବା ଦିଗରେ ଚର୍ଚ୍ଚା ହୋଇଛି। ଭାରତରେ ଇସ୍ପାତ କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପାଇଁ ୟୁଏଇ ପ୍ରତିନିଧିମାନଙ୍କୁ ନିମନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?