ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଭୁଲ ଲାଗି ଛାତ୍ରୀ ପରୀକ୍ଷାରୁ ବଞ୍ଚିତ

ନବରଙ୍ଗପୁର,୧୬।୧(ବି.ପ୍ର.)- ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଭୁଲ ଲାଗି ଜଣେ ଛାତ୍ରୀ ପଠାଣି ସାମନ୍ତ ଗଣିତ ସ୍କଲାରଶିପ ଟେଷ୍ଟ- ୨୦୧୯ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତିି। ପୂର୍ବାହ୍ନ ୧୦ଟାରୁ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ସମୟ ରହିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ସାଢେ ୧୦ଟାରେ ଛାତ୍ରୀଙ୍କୁ ଆଡମିଟ କାର୍ଡ ପ୍ରଦାନ କରିଛନ୍ତି। ପରୀକ୍ଷା କେନ୍ଦ୍ରକୁ ଯିବାର ସମୟ ସୀମା ଅତିକ୍ରମ ହୋଇଯିବାରୁ ଛାତ୍ରୀ ଜଣକ ପରୀକ୍ଷା ଦେଇ ପାରି ନ ଥିଲେ। ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଚାଟିଗୁଡା ଗାଁର ଛାତ୍ରୀ ଭାରତୀ ଗୌଡଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିଛି।
ଡାବୁଗାଁ ବ୍ଲକ ଚାଟିଗୁଡା ନୂତନ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ଭାରତୀଙ୍କ ପଠାଣି ସାମନ୍ତ ଗଣିତ ସ୍କଲାରଶିପ ଟେଷ୍ଟ-୨୦୧୯ ପାଇଁ ଆଡମିଟ କାର୍ଡ ଆସିଥିଲା। ତେବେ ବିଦ୍ୟାଳୟ ପକ୍ଷରୁ ଆଡମିଟ କାର୍ଡ ଶିକ୍ଷକ ଦେଇ ନଥିଲେ। ବୁଧବାର ପୂର୍ବାହ୍ନ ୧୦ଟାରୁ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ସମୟ ରହିଥିିଲା। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ମେହେରା ପରୀକ୍ଷା ଅଛି କହି ଛାତ୍ରୀଙ୍କ ବାପା ଉଦ୍ଧବ ଗୌଡଙ୍କୁ ବୁଧବାର ପୂର୍ବାହ୍ନ ସାଢେ ୧୦ଟାରେ ଆଡମିଟ କାର୍ଡ ଦେଇଥିଲେ। ଆଡମିଟ କାର୍ଡ ନମ୍ବର ୧୯୧୧୩୯୩୦୫୩ ରହିଥିଲା। ପରୀକ୍ଷା କେନ୍ଦ୍ର ପାପଡାହାଣ୍ଡିସ୍ଥିତ ସରକାରୀ(ନୂଆ) ଏଲ.ବି. ହାଇସ୍କୁଲ ଥିଲା। ବିଦ୍ୟାଳୟରୁ ଆଡମିଟ କାର୍ଡ ଗ୍ରହଣ କରିବା ପରେ ଭାରତୀ ଓ ଉଦ୍ଧବ ସେଠାରୁ ତୁରନ୍ତ ବାହାରି ପରୀକ୍ଷା କେନ୍ଦ୍ରରେ ପୂର୍ବାହ୍ନ ୧୧ଟା ୪୦ରେ ପହଞ୍ଚିଥିଲେ। ତେବେ ପରୀକ୍ଷା ଆରମ୍ଭ ହୋଇଯାଇଥିବାରୁ ଭାରତୀଙ୍କୁ ପରୀକ୍ଷା କେନ୍ଦ୍ର ଭିତରକୁ ଯିବାକୁ ଦିଆ ଯାଇନ ଥିଲା। ଏନେଇ ଚାଟିଗୁଡା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେନ୍ଦ୍ରଙ୍କୁ ପଚାରିବାରୁ ସେ କହିଥିଲେ ଯେ, ପରୀକ୍ଷା ବୁଧବାର ପୂର୍ବାହ୍ନ ୧୦ଟାରେ ଥିଲା। ସେ ସାଢେ ୧୦ଟାରେ ଆଡମିଟ କାର୍ଡ ପ୍ରଦାନ କରିଛନ୍ତି। ଆଡମିଟ କାର୍ଡ ଦେବାରେ ବିଳମ୍ବ କରିଥିବା ସୁରେନ୍ଦ୍ର ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri