ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ୫ ଗୁରୁତର ହୋଇଛନ୍ତି।
ପ୍ରକାଶ ଯେ, ନୀଳଗିରି ଥାନା ଅନ୍ତର୍ଗତ ସଜନାଗଡ଼ ପଞ୍ଚାୟତ ତେଣ୍ଡାମୁଣ୍ଡ ଘୁରା ଗ୍ରାମରୁ ଏକ ଟାଟା ଏସିଇ (ଓଡି ଓ୧ ଓ୍ବାଇ-୯୬୪୮) ୧୨ରୁ ଊର୍ଦ୍ଧ୍ୱ ଶ୍ରମିକ(ମହିଳା, ପୁରୁଷ)ଙ୍କ ସହ ମିକ୍ସରମେଶିନ ଲୋଡ଼କରି ନୀଳଗିରି ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ନୀଳଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri