ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ଚାଳକ ମୃତ

ମାର୍ଶାଘାଇ,୪।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗିରଙ୍ଗ ଗ୍ରାମ ନିକଟରେ ଶୁକ୍ରବାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଡି ଚାଳକ ତଥା ବଡ଼ପାଳଡିଆ ଗ୍ରାମର କୁଞ୍ଜ ବିହାରୀ ଦାସ।
ସୂଚନାଯୋଗ୍ୟ, କୁଞ୍ଜ ବିହାରୀ ଗିରଙ୍ଗ ଗ୍ରାମକୁ ମାଲ ବୋଝେଇ ଟ୍ରାକ୍ଟର ନେଇ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱ ଏକ ପୋଖରୀ ଭିତରକୁ ଓଲଟି ପଡ଼ିଥିଲା। ଫଳରେ ଟ୍ରାକ୍ଟର ତଳେ ଚାଳକ କୁଞ୍ଜ ବିହାରୀ ଚାପି ହୋଇଯାଇଥିଲେ। ଏହା ଦେଖି ସ୍ଥାନୀୟ ଲୋକ ମାର୍ଶାଘାଇ ଅଗ୍ନିଶମ ବିଭାଗକୁ ଖବର ଦେବାରୁ ଘଟଣାସ୍ଥଳରେ ବିଭାଗୀୟ କର୍ମଚାରୀ ପହଞ୍ଚି କୁଞ୍ଜ ବିହାରୀଙ୍କୁ ମାର୍ଶାଘାଇ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri