ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌

ନୂଆଗାଁ,୧।୧୨(ଡି.ଏନ୍‌.ଏ.): ନୟାଗଡ ଜିଲା ନୂଆଗାଁ ଥାନା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ପଞ୍ଚୁପାଣ୍ଡବ ନିକଟସ୍ଥ ଜଙ୍ଗଲ ମଧ୍ୟରେ ରବିବାର ସକାଳେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟିପଡ଼ିଛି। ଏଥିରେ ବହୁ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉକ୍ତ ବସ୍‌ଟି ଭୁବନେଶ୍ୱରରୁ ଫୁଲବାଣୀ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା। ଖବରପାଇ ସ୍ଥାନୀୟ ଲୋକେ, ନୂଆଗାଁ, ନୟାଗଡ଼, ଦଶପଲ୍ଲା ଅଗ୍ନିଶମ କର୍ମଚାରୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ପରେ ସେମାନଙ୍କୁ ଚିକିତ୍ସାଳୟକୁ ନିଆଯାଇଥିଲା। ନୟାଗଡ଼ ଏସ୍‌ଡିପିଓ, ନୂଆଗାଁ ଆଇଆଇସି ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri