ଭାର୍ଗବୀ ନଦୀବନ୍ଧରେ ଘଳିଆ

ସାକ୍ଷୀଗୋପାଳ, ୧୬।୮(ଡି.ଏନ.ଏ.): ବଢି ପାଣି ଆସିବା ପରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳରେ ପ୍ରବାହିତ ଭାର୍ଗବୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ ଭାର୍ଗବୀ ଦକ୍ଷିଣ ପର୍ଶ୍ୱ ନଦୀବନ୍ଧର ୬ଟି ସ୍ଥାନରେ ଘଳିଆ ସୃଷ୍ଟି ହୋଇଥିଲା। ଘଳିଆରୁ ପାଣି ଝରି ସେଠାରେ ଘାଇ ହେବା ଆଶଙ୍କାରେ ନଈକୂଳ ଲୋକମାନେ ଆତଙ୍କିତ ହୋଇପଡିଥିଲେ। ଆନନ୍ଦପୁର, ବଳପୁର ହନୁମାନ ବାଙ୍କ ଓ ରଥ ପୁରୁଷୋତ୍ତମପୁରଠାରେ ଜଳସେଚନ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କ ସହଯୋଗରେ ବାଲିବସ୍ତାରେ ବନ୍ଧ ପକାଯାଇଥିଲା। ମାତ୍ର ଗୁରୁବାର ବିଳମ୍ବିତ ରାତିରେ ନଦୀ ବନ୍ଧରେ ଛୋଟ ଫାଟ ସୃଷ୍ଟି ହୋଇଥିଲା। ତେବେ ଶୁକ୍ରବାର ସକାଳୁ ଜଳପତ୍ତନ ହ୍ରାସ ପାଇଥିବାରୁ ବିପଦ ଟଳିଯାଇଥିବା ଉପଖଣ୍ଡ ଅଧିକାରୀ ଇଂ. ରଘୁନାଥ ସ୍ବାଇଁ କହିଛନ୍ତି। ବନ୍ୟା ଜଳ ନୂଆ ନଈରେ ଖଲାସ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri