ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୪।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଶିମିଳିପାଳ ପଞ୍ଚାୟତ ଅନ୍ତର୍ଗତ କାଠପାଳ ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ କାଠପାଳ ଗାଁର ଯାଦବ ବେହେରା (୫୧)।
ସୂଚନାଯୋଗ୍ୟ, ଯାଦବ ସୋମବାର ସକାଳୁ ଶୌଚ ହେବାକୁ ଘର ନିକଟସ୍ଥ ନାଳକୁ ଯାଇଥିବା ବେଳେ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ଧାଇଁ ଆସିବାରୁ ଭାଲୁଟି ଜଙ୍ଗଲ ଆଡ଼କୁ ପଳାଇଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ନିମନ୍ତେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଯାଦବଙ୍କ ଆଣ୍ଠୁ ଓ ଜଙ୍ଘରେ ଗଭୀର ଆଘାତ ଲାଗିଥିବା ଡାକ୍ତର କହିଛନ୍ତି। ଖବରପାଇ ବନ ବିଭାଗ ଫରେଷ୍ଟର କଳାକାର ପ୍ରଧାନ ଓ କର୍ମଚାରୀମାନେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି। ଭାଲୁ ଦାଉରୁ ଜନସାଧାରଣଙ୍କୁ ବନ ବିଭାଗ ସୁରକ୍ଷା ଯୋଗାଇଦେବା ନିମନ୍ତେ କାଠପାଳ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri