ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ରାଇରଙ୍ଗପୁର,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ବୁଢ଼ିଝରଣ ଗ୍ରାମର ଜଣେ ଯୁବକ ରବିବାର ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ହେଲେ କାନ୍ଦ୍ରା ଦେହୁରୀ(୨୬)। ନିକଟସ୍ଥ ଜଙ୍ଗଲକୁ ଯାଇଥିତ୍ବା ବେଳେ ସେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।