ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ ଥାନା ତାଳପଦା ଗ୍ରାମର ରମେଶ ଜୁଆଙ୍ଗ। ସେ ରବିବାର ମଧ୍ୟାହ୍ନ ୧୨ଟା ବେଳେ ଗ୍ରାମ ନିକଟସ୍ଥ ସାପୁନାଥ ଜଙ୍ଗଲକୁ ଆଳୁ ଖୋଳିବାକୁ ଯାଇଥିଲେ। ମାଟିତଳୁ ଆଳୁ ଖୋଳୁଥିବା ବେଳେ ଏକ ଭାଲୁ ତାଙ୍କୁ ଆକ୍ରମଣ କରି ତାଙ୍କର ହାତର ଶିର କାମୁଡ଼ି ଛିଡ଼ାଇ ଦେଇଥିଲା। ଯୁବକଜଣଙ୍କ ସାହାସର ସହ ମୁକାବିଲା କରି ଭାଲୁର ଦୁଇ ଗୋଡକୁ ଧରି କଚ଼ାଡ଼ି ଦେଇଥିଲେ। ଯୁବକ ଜଣଙ୍କ ସାଥିରେ ଯାଇଥିବା ଦୁଇଟି ଗାଁ କୁକୁର ଚ଼ିତ୍କାର କରି ଆକ୍ରମଣ କରିବାରୁ ସେଠାରୁ ଭାଲୁ ପଳାଇଥିଲା। ପ୍ରଥମେ ରମେଶଙ୍କୁ ଦୈତାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ୧୦୮ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri