Posted inଖେଳ

ଭାଷ୍ୟକାରଙ୍କ ପ୍ୟାନେଲରେ ଗାଙ୍ଗୁଲି, ମଞ୍ଜରେକର

ଲଣ୍ଡନ,୧୭ା୫- ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁ ଥିବା ବିଶ୍ୱକପ୍‌ ଲାଗି ଶୁକ୍ରବାର ଆଇସିସି ପକ୍ଷରୁ ଭାଷ୍ୟକାରଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଓ ସଞ୍ଜୟ ମଞ୍ଜରେକର ସ୍ଥାନ ପାଇଛନ୍ତି। ୨୦୧୫ ବିଶ୍ୱକପ୍‌ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳର ଅଧିନାୟକ ମାଇକେଲ କ୍ଲାର୍କ, ଇଂଲଣ୍ଡର ନାସିର ହୁସେନ, ଓ୍ବେଷ୍ଟଇଣ୍ଡିଜର ଇଆନ ବିଶପ, ଶ୍ରୀଲଙ୍କାର କୁମାର ସଙ୍ଗକାରା, ମାଇକେଲ ଆଥର୍ଟନ, ନ୍ୟୁଜିଲାଣ୍ଡର ବ୍ରେଣ୍ଡନ ମ୍ୟାକୁଲମ, ଦକ୍ଷିଣ ଆଫ୍ରିକାର ଗ୍ରେମ୍‌ ସ୍ମିଥ ଓ ପାକିସ୍ତାନର ଓ୍ବାସିମ ଆକ୍ରମ ମଧ୍ୟ ସାମିଲ ହୋଇଛନ୍ତି। ଏମାନଙ୍କ ବ୍ୟତୀତ ତାଲିକାରେ ଅଭିଜ୍ଞ ଭାଷ୍ୟକାର ଶନ ପୋଲକ, ମାଇକେଲ ସ୍ଲାଟର, ମାଇକେଲ ନିକୋଲାସ, ମାଇକେଲ ହୋଲ୍ଡିଂ, ଇସା ଗୁଆ, ପୋମି ଏମ୍‌ବାଙ୍ଗ୍ବା, ହର୍ଷ ଭୋଗଲେ, ସାଇମନ ଡଲ, ଇଆନ ସ୍ମିଥ, ରମିଜ ରାଜା, ଅଲିସନ ମିଚେଲ, ଆର୍ଥର ଅଲି ଖାଁ ଓ ଇଆନ ଓ୍ବାର୍ଡ ମଧ୍ୟ ରହିଛନ୍ତି। କ୍ରିକେଟ ମହାକୁମ୍ଭ ଲାଗି ସମଗ୍ର ଇଂଲଣ୍ଡ ଓ ଓ୍ବେଲ୍ସ ବହୁ ଉତ୍ସାହିତ। କ୍ରିକେଟ ବିଶ୍ୱକପ୍‌ର ଏହି ସଂସ୍କରଣ ବହୁ ମଜାଦାର ହେବ। ମୁଁ ପ୍ରସାରଣ ଦାୟିତ୍ୱରେ ଥିବା ଚ୍ୟାନେଲ ଓ ଇତିହାସର ଅଂଶ ହେବା ପାଇଁ ବ୍ୟଗ୍ର ବୋଲି ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୋସେନ କହିଛନ୍ତି। ସେହିଭଳି ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ସଙ୍ଗକାରା ପ୍ରକାଶ କରିଛନ୍ତି, ଇଂଲଣ୍ଡରେ ଏହି ସମର ସ୍ବତନ୍ତ୍ର ହେବାକୁ ଯାଉଛି। ସମ୍ଭବତଃ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ସବୁଠୁ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ହେବ। ଆୟୋଜକ ଇଂଲଣ୍ଡ ନିକଟରେ ଭଲ ଦଳ ରହିଛି। କିନ୍ତୁ ଆଉ କିଛି ଶକ୍ତିଶାଳୀ ଦଳ ରହିଛିନ୍ତି। ବହୁତ ଭଲ ପ୍ରଦର୍ଶନ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri