ଭାସୁଛି ୫କେଜିର ପଥର

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ ପଥର ଭାସୁଥିବାର ଦେଖାଯାଇଛି। ଏଭଳି ବିରଳ ଦୃଶ୍ୟ ଦେଖିବାକୁ ଆଶାପୂରଣ ଗ୍ରାମକୁ ଲୋକଙ୍କ ଭିଡ ଜମିବାରେ ଲାଗିଛି। ଏହା ଏକ ଅଲୌକିକ ତଥା ପ୍ରଭୁ ଆଖଣ୍ଡେଶ୍ୱର ମହାଦେବଙ୍କ ମହିମାରୁ ଘଟିଥିବା ମନ୍ଦିର ପୂଜକ ସୁରେନ୍ଦ୍ରନାଥ ପଣ୍ଡା, ବିଶ୍ୱଜିତ ପଣ୍ଡା,ଗ୍ରାମର ବିକେଇଚରଣ ସାହୁ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, କ୍ଷେତ୍ରମୋହନ ବେହେରା ପ୍ରମୁଖ କହିଛନ୍ତି। ମନ୍ଦିର ବେଢ଼ା ରାସ୍ତାପାର୍ଶ୍ୱରେ ପଡିଥିବା ଏହି ପଥରଟିକୁ ପ୍ରଥମେ ଗ୍ରାମର କୃଷ୍ଣଚନ୍ଦ୍ର ସେନାପତି ଓ ମନୋରଞ୍ଜନ ସେନାପତି ଆଣି ଗ୍ରାମର ବଡ ପୋଖରୀରେ ପକାଇଦେଇଥିଲେ। ମାତ୍ର ପଥରଟି ପୋଖରୀରେ ବୁଡିବା ବଦଳରେ ଭାସୁଥିବାର ଦେଖି ଉଭୟେ ଚକ୍କିତ ହୋଇଯାଇଥିଲେ। ଏ ବିଷୟରେ ସେମାନେ ଗ୍ରାମବାସୀଙ୍କୁ ଜଣାଇବା ପରେ ଗ୍ରାମର ଅଧିକାଂଶ ଲୋକ ଆସି ଦେଖିଥିଲେ। ପରେ ପଥରଟିକୁ ଆଣି ଓଜନ କଲାବେଳେ ୪କିଲୋ ୮୫୦ଗ୍ରାମ ଥିଲା। ଗ୍ରାମବାସୀ ପଥରଟିକୁ ମହାଦେବଙ୍କ ପୀଠରେ ଥିବା କୂଅରେ ପକାଇ ଦେଇଥିଲେ। ହେଲେ କୂଅରେ ଗଭୀର ପାଣିରେ ମଧ୍ୟ ଅନୁରୂପ ଭାବେ ପଥରଟି ଭାସିବାରେ ଲାଗିଥିଲା। ସମସ୍ତେ ଦେଖି ଆଶ୍ଚର୍ଯ୍ୟ ହୋଇଥିବାବେଳେ ଏହା କୌଣସି ଅଦ୍ଭୂତ ପଥର ହୋଇଥାଇପାରେ ବୋଲି କଥାହେଉଥିବାର ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri