Posted inଖେଳ

ଭିଏତ୍‌ନାମ ଓପନ୍‌ ବ୍ୟାଡମିଣ୍ଟନ: ସୌରଭ ଚାମ୍ପିୟନ

ହୋ ଚି ମିନ୍‌ ସିଟି,୧୫।୯ (ପି.ଟି.)- ଭାରତୀୟ ଯୁବ ବ୍ୟାଡମିଣ୍ଟନ ତାରକା ସୌରଭ ବର୍ମା ଆଉ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଭିଏତ୍‌ନାମ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ସୌରଭ ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ସୌରଭ ଚାଇନାର ସୁନ ଫେଇ ଜିଆଙ୍ଗ୍‌କୁ ହରାଇ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ ମାନ୍ୟତା ପାଇଥିବା ସୌରଭ ଫାଇନାଲ ମୁକାବିଲାରେ ସୁନ୍‌ଙ୍କୁ ୨୧-୧୨, ୧୭-୨୧, ୨-୧୪ରେ ହରାଇ ବାଜି ମାରିଛନ୍ତି। ବିଜୟୀ ହେବା ପାଇଁ ସୌରଭଙ୍କୁ ୧ ଘଣ୍ଟା ୧୨ ମିନିଟ ସମୟ ଆବଶ୍ୟକ ହୋଇଥିଲା। ଏହାପୂର୍ବରୁ ସୌରଭ ହାଇଦ୍ରାବାଦ ଓପନ ଓ ସ୍ଲୋଭେନିଆନ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଟାଇଟଲ ଜିତିଥିଲେ।
ନିଜ ପ୍ରଦର୍ଶନରେ ସୌରଭ ଖୁସି ଜାହିର କରିଛନ୍ତି। ଚଳିତ ସପ୍ତାହରେ ମୋର ପ୍ରଦର୍ଶନ ଉଚ୍ଚକୋଟୀର ହୋଇଛି। ୩ଜଣ ଜାପନୀ ଖେଳାଳିଙ୍କୁ ପରାସ୍ତ କରିବାରେ ସଫଳ ହୋଇଛି ବୋଲି ସୌରଭ କହିଛନ୍ତି। ସେ ଜାପାନ କୋଡାଇ ନାରାଓକା, ୟୁ ଇଗାରାଶି ଓ ମିନୋରୁ କୋଗାଅନଙ୍କୁ ପରାସ୍ତ କରିବାକୁ ସକ୍ଷମ ହୋଇଥିଲେ। ଫାଇନାଲ ମ୍ୟାଚ୍‌ ବେଶ୍‌ ସଂଘର୍ଷପୂର୍ଣ୍ଣ ଥିଲା। ତେବେ ଶେଷରେ ବିଜୟୀ ହୋଇଥିବାରୁ ମୁଁ ବହୁତ ଖୁସି ବୋଲି ସେ କହିଛନ୍ତି। ତୃତୀୟଥର ପାଇଁ ସୌରଭ ଓ ସୁନ ପରସ୍ପରକୁ ଭେଟିଥିଲେ। କାନାଡ଼ା ଓ ହାଇଦ୍ରାବାଦରେ ଦୁଇ ଖେଳାଳି ପରସ୍ପରକୁ ଭେଟିଥିଲେ। ଦୁଇଟି ଯାକ ମୁକାବିଲରେ ସୌରଭ ବାଜି ମାରିଥିଲେ। ସୌରଭ ଏବେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୩୮ତମ ସ୍ଥାନରେ ରହିଛନ୍ତି। ମଧ୍ୟ ପ୍ରଦେଶରେ ଏହି ୨୬ ବର୍ଷୀୟ ଖେଳାଳି ଗତ ବର୍ଷ ଡଚ୍‌ ଓପନ୍‌ ଓ କୋରିଆ ଓପନ୍‌ ଟାଇଟଲ ହାସଲ କରିଥିଲେ। ଫିଟ୍‌ ରହିଲେ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ କୋରିଆ ଓପନ୍‌ରେ ଅଂଶଗ୍ରହଣ କରିବେ ବୋଲି ସୌରଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri